
ଭୁବନେଶ୍ୱର, ୧୫ା୪(ସୁନିତ୍ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍ଏଚ୍ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ମଙ୍ଗଳବାର ଏହାକୁ ୨୦୨୫-୨୬ ଓ ପରବର୍ତ୍ତୀ ବର୍ଷଗୁଡ଼ିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ମହିଳା ଭାଗୀଦାରି ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।