ଟେକ୍ନୋ ଇଣ୍ଡିଆ ସହ ଗୁଗଲ କ୍ଲାଉଡ୍‌ର ସହଭାଗିତା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ ଏବଂ ଗୁଗଲ କ୍ଲାଉଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ର ମୁଖ୍ୟ ଇନୋଭେଶନ ଅଫିସର ତଥା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ମେଘଦୂତ ରାୟଚୌଧୁରୀଙ୍କ ନେତୃତ୍ୱରେ ଏହି ସହଭାଗିତା ବିଶ୍ୱ ମାନକ ତଥା ସମସାମୟିକ ଡିଜିଟାଲ ଅର୍ଥନୀତିର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶିକ୍ଷା କ୍ଷେତ୍ରକୁ ରୂପାନ୍ତର କରିବାକୁ ଲକ୍ଷ୍ୟ ରଖିଛି। ଏହି ଅବସରରେ ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାୟ ଚୌଧୁରୀଙ୍କ ସହ ଗୁଗଲ କ୍ଲାଉଡ୍‌ର ଅର୍ଲି ଷ୍ଟେଜ୍‌ ଏଡ୍‌ଟେକ୍‌ ଆଣ୍ଡ ଗ୍ରୀନ୍‌ଫିଲ୍ଡ କର୍ପୋରେଟ୍‌ ବୈଭବ ଶ୍ରୀବାସ୍ତବ, କ୍ଲାଉଡ୍‌ ରିଜିଅନ ଟେକ୍ନୋଲୋଜିସ୍‌ର ଷ୍ଟ୍ରାଟେଜିକ ଆଲିଆନ୍ସ ଡାଇରେକ୍ଟର ଲକ୍ଷ୍ମୀନାରାୟଣ, ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରଫେସର ଡ. ଗୌତମ ରାୟ ଚାୈଧୁରୀ ଓ ଟେକ୍ନୋ ଇଣ୍ଡିଆ ଗ୍ରୁପ୍‌ର ସହ ଅଧ୍ୟକ୍ଷା ପ୍ରଫେସର ମାନୋସୀ ରାୟଚୌଧୁରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କ୍ରମରେ ଟେକ୍ନୋ ଇଣ୍ଡିଆରେ ‘ଡିଜିଟାଲ କ୍ୟାମ୍ପସ୍‌ ଅନ୍‌ ଗୁଗଲ୍‌ କ୍ଲାଉଡ୍‌’ ଶୀର୍ଷକ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଗୁଗଲ କ୍ଲାଉଡ୍‌ ସହ ସହଭାଗିତା କରି କୋଲକାତାକୁ ବିକାଶଶୀଳ ଶିକ୍ଷା ଓ ପ୍ରଯୁକ୍ତି ବିଦ୍ୟା ହବ୍‌ରେ ପରିଣତ କରାଯାଇପାରିବ ବୋଲି ମେଘଦୂତ କହିଛନ୍ତି। ଗୁଗଲ୍‌ କ୍ଲାଉଡ୍‌ର କଷ୍ଟୋମର ଇଞ୍ଜିନିୟରିଂ ନିର୍ଦ୍ଦେଶକ ଶୁବ୍ରମ୍‌ ନଟରାଜନ କହିଛନ୍ତି, ଏହି ସହଭାଗିତା ଫଳରେ ଛାତ୍ରମାନେ ଶିକ୍ଷାକ୍ଷେତ୍ରରେ ନୂତନ ସୁଯୋଗର ସନ୍ଧାନ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image