ହାତପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୪୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ

ବାଲିଗୁଡ଼ା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ ନାମ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି। ଗୁରୁବାର ଉପଖଣ୍ଡ ଚିକିତ୍ସାଳୟର ସଭାଗୃହ ପରିସର ମଧ୍ୟରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ପଞ୍ଜୀକରଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୦ ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କରାଯାଇଛି l ଏଥିରେ ଜିଲା ଖାଦ୍ୟ ନିରାପତ୍ତା ପ୍ରାଧିକାରଣର ଅଧିକାରୀ ସତ୍ୟବ୍ରତ ଷେଣ୍ଢ, ବାଲିଗଡ଼ା ମେଡିକାଲ ଏସ୍‌ଡିଏମ୍‌ଓ ଡକ୍ଟର ଶ୍ରବଣ ସାହୁକର ପ୍ରମୁଖ ଉପସ୍ଥିତ ରହି ସମସ୍ତ ବ୍ୟବସାୟୀଙ୍କୁ ଖାଦ୍ୟ ସୁରକ୍ଷା ସମ୍ପର୍କରେ ସଚେତନ କରାଇବା ସହ ଅନଲାଇନ ପଞ୍ଜୀକୃତ କରାଇଥିଲେ। ଯେଉଁମାନେ ଏହି ଶିବିରରେ ପଞ୍ଜୀକୃତ କରିବାରୁ ବଞ୍ଚିତ ହୋଇଛନ୍ତି ସେମାନେ ଅନଲାଇନରେ ପଞ୍ଜୀକୃତ କରାଇପାରିବେ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଜିଲା ଖାଦ୍ୟ ନିରାପତ୍ତା ଅଧିକାରୀ ଷେଣ୍ଢ କହିଛନ୍ତି, ଜିଲାର ବିଭିନ୍ନ ବ୍ଲକରେ ଏଭଳି ଶିବିର କରାଯାଇ ପଞ୍ଜୀକୃତ କରାଯାଉଛି। ପ୍ରଥମେ ଜି.ଉଦୟଗିରି ବ୍ଲକରେ ଏହି ମେଳା ଅନୁଷ୍ଠିତ ହୋଇଥିବା ବେଳେ ଦ୍ୱିତୀୟ ବ୍ଲକ ଭାବେ ଦାରିଙ୍ଗବାଡ଼ି ଏବଂ ତୃତୀୟ ବ୍ଲକ ଭାବେ ବାଲିଗୁଡ଼ାରେ ଏହି ମେଳାର ଆୟୋଜନ କରାଯାଇଥିବା ସେ କହିଛନ୍ତି। ହାତ ପାହାନ୍ତାରେ ବ୍ୟବସାୟୀମାନଙ୍କ ପଞ୍ଜୀକୃତ ହୋଇଥିବାରୁ ବାଲିଗୁଡ଼ା ବ୍ଲକ ଅଞ୍ଚଳର ବ୍ୟବସାୟୀମାନେ ଜିଲା ପ୍ରଶାସନ ଓ ଖାଦ୍ୟ ନିରାପତ୍ତା ପ୍ରାଧିକରଣ ବିଭାଗକୁ ସାଧୁବାଦ ଜଣାଇଛନ୍ତି। ଏହାଦ୍ୱାରା ବ୍ୟବସାୟୀ ଏବଂ ଜିଲା ପ୍ରଶାସନ ସହ ଉତ୍ତମ ସମ୍ପର୍କ ସ୍ଥାପନ ହୋଇପାରିଥିବା ବ୍ୟବସାୟୀମାନେ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri