ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର ମଧ୍ୟ ଏଥିରୁ ବାଦ ପଡିନି l ଦିନରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ଯୋଗୁ ସହରବାସୀ ଘରୁ ବାହାରକୁ ବାହାରିବାକୁ ଭୟ କଲେଣି। ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ଲୋକଙ୍କୁ ଥଣ୍ଡା ପାନୀୟ ଜଳ ଓ ଦହି ପଣା ବଣ୍ଟନ କରି ଛତ୍ରପୁର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବିଦ୍ୟାର୍ଥୀ ମାନେ ଏକ ନିଆରା ପ୍ରୟାସ ଆରମ୍ଭ କରିଛନ୍ତି l ସ୍ଥାନୀୟ ଲୋୟର ବସଷ୍ଟାଣ୍ଡ ଓ ମାଛ ମାର୍କେଟ ରୋଡ଼ଠାରେ ଦୁଇଟି କ୍ୟାମ୍ପ ଆୟୋଜନ କରି ବାଟୋଇ ଓ ଜନ ସାଧାରଣଙ୍କୁ ଥଣ୍ଡା ପାନୀୟ ଜଳ ସାଙ୍ଗକୁ ଦହି ପଣା ବଣ୍ଟନ କରାଯାଇଛି। ବିଦ୍ୟାଳୟର ଏନସିସି, ଗାଇଡ଼ ଓ ଜେଆରସି ସଦସ୍ୟମାନେ ଏଥିରେ ସାମିଲ ହୋଇଛନ୍ତି। ଏହାକୁ ପ୍ରଧାନ ଶିକ୍ଷକ ଦ୍ୱାରିକା ନାଥ ବେହେରା ଉଦଘାଟନ କରିଥିବା ବେଳେ ଶିକ୍ଷୟତ୍ରୀ ଶିକ୍ଷକ ଓ ବିଦ୍ୟାର୍ଥୀମାନଙ୍କ ଏହି ସେବା ମନୋବୃତ୍ତିକୁ ସହର ବାସିନ୍ଦାଙ୍କ ପକ୍ଷରୁ ବେଶ ପ୍ରଶଂସା କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri