Posted inରାଜ୍ୟ

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ 

ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ  ସମ୍ମାନ ଜଣାଇବା  ସହ  ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି।
ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ  ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।
• MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ ୬୭୫୦ ଟଙ୍କା ରୁ  ୧୦୭୫୦ ଟଙ୍କା ପାଇବେ ।
• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।
• CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି । ସୂଚନାଯୋଗ୍ୟ  ଯେ  5T ଅଧ୍ୟକ୍ଷଙ୍କ  ଜିଲ୍ଲା  ଗସ୍ତ  ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ତାଙ୍କୁ ଭେଟି  ସେମାନଙ୍କ  ପ୍ରୋତ୍ସାହନ  ରାଶି  ବୃଦ୍ଧି  ବିଷୟରେ  ତାଙ୍କ  ଦୃଷ୍ଟି  ଆକର୍ଷଣ  କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri