ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି। ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଜନୈକ ବ୍ୟକ୍ତିଙ୍କ ଘର ଛାତ ଉପରେ ଏପରି ହୋର୍ଡିଂ ଲାଗିଥିବା ଦେଖିବାକୁ ମିଳଛି। ଏହାକୁ ନେଇ ବିରୋଧୀ ରାଜନୈତିକ ଦଳ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଇତିମଧ୍ୟରେ ଏ ସମ୍ପର୍କରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ଏହା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଘଂନ କରୁଛି। ନିର୍ବାଚନ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ। କୋରାପୁଟ ଭାଜପା ବିଧାୟକ ପ୍ରାର୍ଥୀ ରଘୁରାମ ମାଛଙ୍କୁ ପଚାରିବାରୁ ସେ ଏହା ନିର୍ବାଚନ ଆଚରଣ ବିଧିର ଖୋଲା ଖୋଲି ଉଲ୍ଲଂଘନ କରୁଛି ବୋଲି କହିଥିଲେ। ସୁନାବେଡା ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ନାରାୟଣ ନାୟକଙ୍କୁ ଏ ସମ୍ପର୍କରେ ପଚାରିବାରୁ ସେ କହିଲେ, ଏପରି ହୋଡିଂ ଲାଗିଥିବା ବିଷୟରେ ସେ ଅବଗତ ଅଛନ୍ତି। ଏନେଇ କୋରାପୁଟ ଉପଜିଲାପାଳ ଓ ସେମିଳିଗୁଡା ତହସିଲଦାରଙ୍କୁ ଅବଗତ କରାଇଛନ୍ତି। ତା’ଛଡା ନିୟମ ଅନୁଯାୟୀ ବେସରକାରୀ ସ୍ଥାନରେ ଉପଯୁକ୍ତ ଅନୁମତି ନେଇ ହୋର୍ଡିଂ ଲଗାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri