ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ ସ୍ଥଳଭାଗ ଛୁଇଁବ। ତେବେ ତା’ର ଗତି, ବେଗ ଏବଂ ତୀବ୍ରତା କେତେ ରହିବ ତାହା ସ୍ପଷ୍ଟ ହୋଇନାହଁ। ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ନେଇ ଆଜି ଆଇଏମ୍‌ଡି ଓ ଏନ୍‌ଡିଏମ୍‌ଏ ସହିତ ବୈଠକ ହୋଇଛି। ଆକଳନ ଅନୁସାରେ ଆସନ୍ତାକାଲି ଏହାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୩ ତାରିଖରେ ଏହା ଡିପ୍ରେସନରେ ପରିଣତ ହୋଇପାରେ। ତେବେ ୨୪ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରାଯାଉଛି। ପ୍ରାକ୍‌ ଆକଳନ ଅନୁସାରେ ୨୬ ତାରିଖ ବେଳକୁ ଏହା ସ୍ଥଳଭାଗ ମୁହାଁ ହେବ ଏବଂ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁପାରେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିଛନ୍ତି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

Share