‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ କରାଯିବ।
ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତି ପ୍ରତି ମଧ୍ୟ ଗୁରୁତ୍ୱ ଦିଆଯିବ। ପ୍ରତି ଜିଲାର କଳା ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ବିଭିନ୍ନ ଐତିହ୍ୟ ପୀଠର ବିକାଶ ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେବେ। ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।