ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

ଭୁବନେଶ୍ୱର,୧୦।୧୨: ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ମଙ୍ଗଳବାର ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ ।
ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତ କରଣ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଭାରତର କଡ଼ା ପଦକ୍ଷେପ: ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ଜୀବନ ହାନି ହୋଇଥିଲା,...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ଐତିହାସିକ ନିଷ୍ପତ୍ତି: ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ...

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି: ଅଟାରୀ-ୱାଘା ସୀମା ବନ୍ଦ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image