ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁରଝର ଜିଲା ସଦର ବ୍ଲକ ଡିମ୍ବୋ ସ୍ଥିତ ଜନମଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ବର୍ଷ ପୂର୍ତ୍ତି ପାଳନ ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଦର ବିଧାୟକ ମୋହନ ମାଝିଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଅତିଥି ଭାବେ ଉପସ୍ଥିତ ରହିଥିଲେ। ରାଜ୍ୟପାଳଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।