ମୋହନ ବିଶି ପାଇଲେ ରାଜ୍ୟପାଳ ପୁରସ୍କାର

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ତଥା ଯୁବ ରେଡ୍‌କ୍ରସ ପରାମର୍ଶଦାତା ମୋହନ ଚରଣ ବିଶି ପୁରସ୍କୃତ ହୋଇଛନ୍ତି। ଭୁବନେଶର ରାଜଭବନର ନୂଆ ଅଭିଷେକ ପ୍ରେକ୍ଷାଳୟରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖାର ସଭାପତି ଡ. ହରିବାବୁ କମ୍ଭମପାଟି ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଙ୍କୁ ଶ୍ରେଷ୍ଠ ଯୁବ ରେଡ୍‌କ୍ରସ ପରାମର୍ଶଦାତା ଭାବେ ପୁରସ୍କାର ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନ୍‌ବିଏସ୍‌ ରାଜପୁତ ଓ ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ଗଣେଶ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ଉଲ୍ଲେଖଯୋଗ୍ୟ ଯେ ମୋହନ ଜଣେ ନିୟମିତ ରକ୍ତଦାତା ଓ ପ୍ରୋତ୍ସାହକ ଭାବେ ଚଳିତ ବର୍ଷ ପାଇଁ ରାଜ୍ୟ ରକ୍ତବୀର ସମ୍ମାନରେ ସମ୍ମାନିତ ହୋଇଥିଲେ। ରକ୍ତଦାନ ବ୍ୟତୀତ ଯୁବ ରେଡକ୍ରସ ଓ ରେଡ ରିବନ କ୍ଲବ ସମ୍ବନ୍ଧିତ ବିଭିନ୍ନ ସଚେତନମୂଳକ କାର୍ଯ୍ୟକ୍ରମ ସମ୍ପାଦନ, ବୃକ୍ଷ ରୋପଣ, ବିପର୍ଯ୍ୟୟ ପରିଚାଳନା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟପାଳ ପୁରସ୍କାର ପାଇଁ ମନୋନିତ ହୋଇଥିଲେ। ଏହି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri