ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା: ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର,୧୩।୭: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିଥିବା ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ। ଘଟଣାକୁ ନେଇ ଶନିବାର ରାଜଭବନକୁ ଘେରାଉ କରିଛି କଂଗ୍ରେସ। ବିକ୍ଷୋଭ ପ୍ରଦର୍ଶନ କରିବା ସହ ନାରାବାଜି ଆରମ୍ଭ କରଛି କଂଗ୍ରେସ । ଏହା ସହିତ ଏଭଳି ଘଟଣା ପାଇଁ ରାଜ୍ୟପାଳ ଇସ୍ତଫା ଦେବା ସହିତ ଦୋଷୀ ବିରୋଧରେ ଉପଯୁକ୍ତ କାର୍ଯ୍ୟନୁଷ୍ଠାନ ନେବା ପାଇଁ ଦାବି କରିଛି କଂଗ୍ରେସ ।

ସୂଚନାଥାଉ କି, ରଥଯାତ୍ରା ସମୟରେ ରାଜ୍ୟପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ ବୈକୁଣ୍ଠ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଣା ଇଥିଲେ ମଧ୍ୟ ସେ ଚୁପ ରହିଥିଲେ। ତେବେ ଏନେଇ ରାଜ୍ୟପାଳଙ୍କ ଅଫିସରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଶନିବାର ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ।

ମିଳିଥିବା ସୂଚନା ଅନୁଯାୟୀ, ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ। ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଜୁଲାଇ ୭ ଓ ୮ ତାରିଖ ଦୁଇ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା।

ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିଲେ ଏବଂ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି।

ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ। ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି। ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି।

ଏହି ଘଟଣା ପରେ ବୈକିଣ୍ଠ ପ୍ରଧାନ ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ମୌଖିକ ଭାବେ ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନିଆନଯିବାରୁ ସେ ନ୍ୟାୟ ପାଇଁ ପ୍ରମୁଖ ଶାସନ ସଚିବଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। କୌଣସି ପ୍ରତିକ୍ରିୟା ନ ମିଳିବାରୁ ବୈକୁଣ୍ଠଙ୍କ ସ୍ତ୍ରୀ ପୁରୀ ସମୁଦ୍ରକୂଳ ଥାନାରେ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା...

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ,...

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର...

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର...

ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ...

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri