କଣ୍ଟାବାଞ୍ଜି,୧୧ା୧୨(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଶୁଣାଣି ଆସନ୍ତା ୧୫ ତାରିଖରେ ହେବ। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଏହି ଶୁଣାଣି ହେବ। ଗୋବିନ୍ଦ ସାହୁଙ୍କ ଓକିଲ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ପୂର୍ବରୁ ବଙ୍ଗୋମୁଣ୍ଡା ଜେଏମ୍ଏଫ୍ସି କୋର୍ଟରେ ଜାମିନ ଆବେଦନ ଖାରଜ ହୋଇଥିଲା। ବର୍ତ୍ତମାନ କଣ୍ଟାବାଞ୍ଜି ଉପକାରାଗାରରେ ଗୋବିନ୍ଦ ସାହୁ ଏବଂ ତାଙ୍କ ସହଯୋଗୀ ରାଧେଶ୍ୟାମ ଅଛନ୍ତି।