ଇଭିର ଉତ୍ପାଦନର ହବ୍ ପାଲଟିବ ଭାରତ, ନୂଆ ଇଲେକ୍ଟ୍ରିକ ଭେଇକିଲ ନୀତିକୁ ଅନୁମୋଦନ କଲେ ସରକାର

ନୂଆଦିଲ୍ଲୀ, ୧୫।୩: ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଇଲେକ୍ଟ୍ରିକ ଭେଇକିଲ (ଇଭି) ଯେପରି ଦେଶରେ ଉତ୍ପାଦନ ହୋଇ ପାରିବ, ସେଥିପାଇଁ ଭାରତକୁ କେନ୍ଦ୍ର ସରକାର ଏକ ଉତ୍ପାଦନ ସ୍ଥଳରେ ପରିଣତ କରିବା ପାଇଁ ଏକ ଯୋଜନାକୁ ଅନୁମୋଦନ କରିଛନ୍ତି । ବିଶ୍ୱର ପ୍ରତିଷ୍ଠିତ ଇଭି ଉତ୍ପାଦନକାରୀମାନଙ୍କ ଦ୍ୱାରା ଇଲେକ୍ଟ୍ରିକ ଭେଇକିଲ କ୍ଷେତ୍ରରେ ପୁଞ୍ଜି ନିବେଶକୁ ଆକୃଷ୍ଟ କରିବା ପାଇଁ ଏହି ନୀତି ପ୍ରସ୍ତୁତ କରାଯାଇଛି ।

ଏହା ଭାରତୀୟ ଉପଭୋକ୍ତାଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଲବ୍ଧ କରାଇବ ଏବଂ ମେକ୍ ଇନ୍ ଇଣ୍ଡିଆ ଅଭିଯାନକୁ ପ୍ରୋତ୍ସାହନ ମିଳିବ। ସେହିଭଳି ଇଭି କମ୍ପାନୀମାନଙ୍କ ମଧ୍ୟରେ ସୁସ୍ଥ ପ୍ରତିଯୋଗିତାକୁ ପ୍ରୋତ୍ସାହନ ଦେଇ ଇଭି ପାରିବେଶିକ ବ୍ୟବସ୍ଥାକୁ ସୁଦୃଢ଼ କରାଯିବ, ଯାହା ଦ୍ୱାରା ଅଧିକ ପରିମାଣର ଉତ୍ପାଦନ ହେବ। ଏହା ବ୍ୟତୀତ ଏହି ନୂତନ ଯୋଜନା ଦ୍ୱାରା ଉଚ୍ଚ ସ୍ତରର ଅର୍ଥନୀତି ହାସଲ ହୋଇ ପାରିବ, ଉତ୍ପାଦନ ଖର୍ଚ୍ଚ କମ୍ ହେବ, ଅଶୋଧିତ ତୈଳ ଆମଦାନୀ ହ୍ରାସ ପାଇବ, ବାଣିଜ୍ୟ ନିଅଣ୍ଟ ହ୍ରାସ ପାଇବ, ବାୟୁ ପ୍ରଦୂଷଣ ହ୍ରାସ ପାଇବ। ଯାହା ବିଶେଷ କରି ସହର ମାନଙ୍କରେ ଏହା ସ୍ୱାସ୍ଥ୍ୟ ଓ ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବ ।

ସର୍ବନିମ୍ନ ନିବେଶ ଆବଶ୍ୟକ: ୪୧୫୦ କୋଟି ଟଙ୍କା (∼ ୫୦୦ ନିୟୁତ ଆମେରିକୀୟ ଡଲାର ସର୍ବନିମ୍ନ) ସର୍ବାଧିକ ନିବେଶ ଉପରେ କୌଣସି ସୀମା ନାହିଁ । ଉତ୍ପାଦନ ପାଇଁ ସମୟ ସୀମା: ଭାରତରେ ଉତ୍ପାଦନ କାରଖାନା ସ୍ଥାପନ ଏବଂ ଇ – ଯାନର ବାଣିଜ୍ୟିକ ଉତ୍ପାଦନ ଆରମ୍ଭ କରିବା ପାଇଁ ୩ ବର୍ଷ ଏବଂ ସର୍ବାଧିକ ୫ ବର୍ଷ ମଧ୍ୟରେ ୫୦% ଘରୋଇ ମୂଲ୍ୟ ସଂଯୋଜନ (ଡିଭିଏ) ରେ ପହଂଚିବା । ତେବେ ଉତ୍ପାଦନ ସମୟରେ ଘରୋଇ ମୂଲ୍ୟ ସଂଯୋଜନ (ଡିଭିଏ): ତୃତୀୟ ବର୍ଷ ସୁଦ୍ଧା ସ୍ଥାନୀୟକରଣ ସ୍ତର ୨୫% ଏବଂ ପଞ୍ଚମ ବର୍ଷ ସୁଦ୍ଧା ୫୦% ସ୍ଥାନୀୟକରଣ ସ୍ତର ହାସଲ କରିବାକୁ ପଡ଼ିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri