ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।

ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍‌ କାର୍ଡ ପ୍ରଦାନ କରିବେ।

ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।

ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri