ଲକ୍ଷ୍ମୀ ବସ୍ ଚଲାଇ କ୍ଷତି ସହୁଛନ୍ତି ସରକାର; ରାଜକୋଷରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା; ଆୟ ନାହିଁ

ଭୁବନେଶ୍ୱର,୨୨ା୮:କ୍ରମାଗତ ତୃତୀୟ ଦିନ ପାଇଁ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବିଧାନସଭା କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହାରି ମଧ୍ୟରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୁତିଭୂଷଣ ପ୍ରଧାନ। ଏହି ସମୟରେ ବିଧାୟକ ପ୍ରଶ୍ନ କରି ଲକ୍ଷ୍ମୀ ବସ ଚାଲିବା ପରେ କେତେ ଲାଭ ଓ କେତେ କ୍ଷତି ହିସାବ ମାଗିଥିଲେ। ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଲକ୍ଷ୍ମୀ ବସ୍‌‌ ମାଧ୍ୟମରେ ଯୋଜନା ଆରମ୍ଭ ହେବା ଦିନରୁ ବର୍ତମାନ ପର୍ଯ୍ୟନ୍ତ ମୋଟ ୩୯୯ କୋଟି ୧୨ ଲକ୍ଷ ୪୪ହଜାର ୬୪୦ ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ ମାତ୍ର ୨୫କୋଟି ୩ଲକ୍ଷ ଟଙ୍କା ଆଦାୟ ହୋଇଛି। ଅର୍ଥାତ ଏହି ଯୋଜନାରେ ସରକାର ଏପର୍ଯ୍ୟନ୍ତ ୩୭୪କୋଟି ୮ଲକ୍ଷ ୫୮ହଜାର ଟଙ୍କାର କ୍ଷତି ସହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ତେବେ ଚିକିଟି ମଦମୃତୁ୍ୟ ପ୍ରସଙ୍ଗ ଏବଂ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ ଚଢ଼ାଉ ପ୍ରସଙ୍ଗକୁ ନେଇ ଆଜି ଗୃହରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଥିଲା । ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଚିକିଟି ମଦ ମୃତୁ୍ୟ ଘଟଣାରେ ବିଜେଡି ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିବା ବେଳେ କଂଗ୍ରେସ ଇଡି ଚଢ଼ାଉକୁ ନେଇ ହଟ୍ଟଗୋଳ କରିଥିଲା । ଫଳରେ ବାଚସ୍ପତି ୧୦ଟା ୩୬ରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ । ସାଢ଼େ ୧୧ଟାରୁ ଗୃହ କାର୍ଯ୍ୟ ପୁଣି ଆରମ୍ଭ ହେବା ମାତ୍ରେ ପୂର୍ବପରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ।

ବିରୋଧୀଙ୍କ ଏପରି ଆଚରଣକୁ ଶାସକ ଦଳ ସଭ୍ୟ ଟଙ୍କଧର ତି୍ରପାଠୀ କଡ଼ା ସମାଲୋଚନା କରିଥିଲେ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ରାଜ୍ୟବାସୀଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଗତ ୩ ଦିନ ହେଲା ଗୃହରେ ଆଲୋଚନା ହୋଇପାରୁନାହିଁ ବୋଲି ଶ୍ରୀ ତି୍ରପାଠୀ କହିଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ’ ଚିକିଟି ମଦମୃତୁ୍ୟ ପ୍ରସଙ୍ଗରେ ବିରୋଧୀ ଦଳ ଆଣିଥିବା ମୁଲତବୀ ପ୍ରସ୍ତାବ ଉପରେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଥିଲେ । ଗୃହ ପରିଚାଳନାରେ ସହଯୋଗ କରିବାକୁ ସେ ବିରୋଧୀ ସଦସ୍ୟଙ୍କୁ ଅନୁରୋଧ କରିଥିଲେ । ତେବେ ବିରୋଧୀ ସଦସ୍ୟ ପୂର୍ବଭଳି ହଟ୍ଟଗୋଳ କରିବାରୁ ବାଚସ୍ପତି ୧୧ଟା ୩୩ରୁ ୧୧ଟା ୪୮ ଏବଂ ପରେ ୧୧ଟା ୫୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri