ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ବିଏମ୍‍ସି ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ରାଜଧାନୀରେ ନାଳରେ ଭାସିଯାଇ ନାବାଳକ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କୁ ନିଲମ୍ବନ କରାଯିବା ସହିତ ତାଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ସୂଚନାଯୋଗ୍ୟ ୧୮ତାରିଖ ଦିନ ତିନି ନମ୍ବର ୟୁନିଟ୍‍ ଅଞ୍ଚଳରେ ଜଣେ ୯ବର୍ଷର ବାଳକ ନାଳରେ ଭାସିଯାଇ ମୃତ୍ୟୁବରଣ କରିଥିଲେ । ନାଳରେ ଭାସୁଥିବା ଗୋଟିଏ ବେଲୁନ୍‍ ଆଣିବାକୁ ଯାଇ ବାଳକଟି ଏଭଳି ଦୁର୍ଘଟଣାର ଶିକାର ହୋଇଥିବାବେଳେ ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତ ବାଳକର ପରିବାର ପାଇଁ ୪ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ ।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ସହିତ କର୍ତ୍ତୃପକ୍ଷଙ୍କ ଠାରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ତଲବ କରିଥିଲେ । ଏହି ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ । କର୍ତ୍ତୃପକ୍ଷ ମଧ୍ୟ ତୁରନ୍ତ ଘଟଣାର ସରଜମିନ ତଦନ୍ତ କରି ରିପୋର୍ଟ ଦେଇଥିଲେ ।

ରିପୋର୍ଟ ହସ୍ତଗତ ହେବାପରେ ଆଜି ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଯେଉଁ ସ୍ଥାନରେ ପିଲାଟି ନାଳରେ ପଡି ଭାସି ଯାଇଥିଲା ସେହି ସ୍ଥାନରେ ବାଡ ଲଗାଯାଇନଥିବା ରିପୋର୍ଟରେ ଦର୍ଶାଯାଇଥିଲା । ଏଭଳି ସମ୍ବେଦନଶୀଳ ସ୍ଥାନରେ ବାଡ ନଲଗାଇବା ପାଇଁ ୫ ନମ୍ବର ଡ୍ରେନ ଡିଭିଜନ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଦାସଙ୍କୁ ଦାୟୀ କରାଯାଇଛି । ତଦନୁଯାୟୀ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହିତ ଦାସଙ୍କୁ ଆଜି ନିଲମ୍ବନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri