ଘୁଞ୍ଚିଲା ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୨୩ତାରିଖରୁ ଏହି ପରୀକ୍ଷା ହେବାକୁ ଥିବାବେଳେ ପୌର ନିର୍ବାଚନ ଲାଗି ପ୍ରଥମେ ୨ ଦିନ ପରୀକ୍ଷା ସ୍ଥଗିତ ରଖାଯାଇଥିଲା।

ପୁଣି ଥରେ ବିଶ୍ୱବିଦ୍ୟାଳୟ ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ୨୫ ତାରିଖରେ ଥିବା ପରୀକ୍ଷାକୁ ମଧ୍ୟ ବନ୍ଦ କରିଛନ୍ତି। ୨୫ ତାରିଖରେ ହେବାକୁ ଥିବା ପରୀକ୍ଷା ଏପ୍ରିଲ ୫ ତାରିଖରେ ହେବ ବୋଲି ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝି ସମସ୍ତ କଲେଜକୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି। ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, ୨୬ରୁ ବିଧିବଦ୍ଧ ଭାବେ ପରୀକ୍ଷା ଆରମ୍ଭ ହେବ। ତେବେ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଦିନ ୧୧ଟାରୁ ପରୀକ୍ଷା କରିବାକୁ ଧାର୍ଯ୍ୟ କରାଯାଇଥିବା ବେଳେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରୀକ୍ଷା ସମୟକୁ ପରିବର୍ତ୍ତନ କରାଯାଇଛି। ପରିବର୍ତ୍ତିତ କାର୍ଯ୍ୟସୂଚୀ ଅନୁଯାୟୀ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ। ସେହିପରି ପୂର୍ବ ନିର୍ଦ୍ଧାରିତ ଅନ୍ୟ ପରୀକ୍ଷା କାର୍ଯ୍ୟକ୍ରମରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ...

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର...

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ...

ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ...

ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ, କଡ଼ା ପ୍ରତିକ୍ରିୟା ଦେଲେ ଅପରାଜିତା

ନୂଆଦିଲ୍ଲୀ,୧୯।୧୨: ଗୁରୁବାର ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଧକ୍କା ମାରିବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି...

କାହିଁକି ବାରମ୍ବାର ଓଡ଼ିଶା ଆସୁଛନ୍ତି ଶାହା, ମାସକ ପରେ ପୁଣି ଫୋକସ୍‌ରେ….

ଭୁବନେଶ୍ୱର,୧୯।୧୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଡିସେମ୍ବର ୨୮, ୨୯ ଓ ୩୦ ଭିତରୁ ଦୁଇ ଦିନିଆ...

ରାହୁଲଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ଗୁଣ୍ଡା…

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri