୭ରୁ କେନ୍ଦୁଝରରେ ଧାନ ସଂଗ୍ରହ

କେନ୍ଦୁଝର,୧୭ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍‌.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଡିସେମ୍ବର ୭ ତାରିଖରୁ କେନ୍ଦୁଝର ଓ ଚମ୍ପୁଆ ସବ୍‌ଡିଭିଜନ୍‌, ଡିସେମ୍ବର ୧୫ ରୁ ଘଷିପୁରା ଏବଂ ଡିସେମ୍ବର ୨୦ରୁ ହାଟଡିହୀ ଓ ଆନନ୍ଦପୁର ବ୍ଲକ୍‌ରେ ଧାନ ସଂଗ୍ରହ କେନ୍ଦ୍ରମାନଙ୍କରେ ଧାନ ସଂଗ୍ରହ ଆରମ୍ଭ ହେବ ଏବଂ ଧାନ ସଂଗ୍ରହ ଆଗାମୀ ଅପ୍ରେଲ୍‌ ମାସ ପର୍ଯ୍ୟନ୍ତ ଚାଲିବ ବୋଲି ଜିଲାପାଳ ଆଶିଷ ଠାକ୍‌ରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଥିଲା।

ଜିଲାପାଳ ଠାକ୍‌ରେ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ସମ୍ପର୍କରେ ଆଲୋକପାତ କରି ଶୃଙ୍ଖଳିତ ଭାବେ ଧାନ ସଂଗ୍ରହ ପ୍ରକ୍ରିୟା ପରିଚାଳନା ନିମନ୍ତେ ଯୋଗାଣ, ସମବାୟ ଓ କୃଷି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ଉପରେ ଗୁରୁତ୍ୱାରୋପ କରିଥିଲେ। ଚାଷୀମାନଙ୍କର ପ୍ରାପ୍ୟ ସମବାୟ ବ୍ୟାଙ୍କ୍‌ ତଥା ଅନ୍ୟାନ୍ୟ ବ୍ୟାଙ୍କ୍‌ ତରଫରୁ ଅନ୍‌ଲାଇନ୍‌ ମାଧ୍ୟମରେ ଚାଷୀମାନଙ୍କ ବ୍ୟାଙ୍କ୍‌ ଆକାଉଣ୍ଟକୁ ସିଧାସଳଖ ପଠାଯିବ। ସେଥିପ୍ରତି ଯୋଗାଣ ଓ ସମବାୟ ବିଭାଗର ଅଧିକାରୀମାନେ ଯତ୍ନବାନ ହେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଚଳିତବର୍ଷ ଅଧିକ ସଂଖ୍ୟକ ଚାଷୀ ପଞ୍ଜୀକୃତ କରିଥିବାରୁ ସପ୍ତାହରେ ୩ରୁ ୪ ଦିନ ଧାନକ୍ରୟ କରାଯିବା ପାଇଁ ସ୍ଥିରୀକୃତ କରାଯାଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୧୪ ଲକ୍ଷ ୫୬ ହଜାର ୨୯ କ୍ୱିଣ୍ଟାଲ ଧାନ କିଣିିବା ଲାଗି ଜିଲା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ପାକ୍‌ସ (ସମବାୟ ସମିତି) ଜରିଆରେ ୮୯ଟି ଏବଂ ଲ୍ୟାମ୍ପସ୍‌ ଜରିଆରେ ୪୫ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

ସାଧାରଣ ଏଫ୍‌ଏକ୍ୟୁ ମାନ ଧାନର ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୨୦୪୦/- ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ୍‌ ଏ ଧାନର ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ କରାଯାଇଛି ବୋଲି ବେସାମରିକ ଯୋଗାଣ ଅଧିକାରୀ ବସନ୍ତ ପଣ୍ଡା ସୂଚନା ଦେଇଥିଲେ।
ଆଲୋଚନାରେ ଘଷିପୁରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ, କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସଭାପତି କାନନବିହାରୀ ପହି, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଆନନ୍ଦପୁର ଉପଜିଲାପାଳ ଅନୀଲ ସେଠୀ, ବେସାମରିକ ଯୋଗାଣ ଅଧିକାରୀ ବସନ୍ତ ପଣ୍ଡାଙ୍କ ସମେତ ଯୋଗାଣ ଓ ସମବାୟ ବିଭାଗର ଅଧିକାରୀ, ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ, ଏଫ୍‌ସିଆଇ କର୍ମକର୍ତ୍ତା, ମିଲର ଏବଂ ଚାଷୀ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍‌ଯାପିତ

ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା...

ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର

ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image