Posted inଜାତୀୟ

ଦିଲ୍ଲୀରେ ଆଜିଠୁ ଜିଆର୍‌ଏପି-୨ ଲାଗୁ, ବର୍ତ୍ତମାନ ସମସ୍ତଙ୍କୁ ଏହି ନିୟମ ପାଳନ କରିବାକୁ ପଡିବ

ନୂଆଦିଲ୍ଲୀ,୧।୧୧: ଗତ କିଛି ଦିନ ହେବ ରାଜଧାନୀରେ ବାୟୁ ପ୍ରଦୂଷଣର ପରିସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଜିଆର୍‌ଏପି-୨(GRAP-2 )ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଆଜି ସକାଳଠାରୁ କାର୍ଯ୍ୟକାରୀ ହୋଇଛି। ଏହାର ଉଦ୍ଦେଶ୍ୟ ହେଉଛି ଦିଲ୍ଲୀରେ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା। ବର୍ତ୍ତମାନ ଦିଲ୍ଲୀରେ ରହୁଥିବା ଏବଂ ନିଜ ଗାଡିରେ ରାଜଧାନୀ ଦେଇ ଯାଉଥିବା ଲୋକଙ୍କୁ ଜିଆର୍‌ଏପି-୨ ନିୟମ ପାଳନ କରିବାକୁ ପଡିବ।

ଦେଶର ରାଜଧାନୀରେ ପ୍ରଦୂଷଣ ବଢୁଥିବା ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି ଯେ ଜିଆର୍‌ଏପି-୨ର ବ୍ୟବସ୍ଥା କାର୍ଯ୍ୟକାରୀ ହେବା ପରେ ଅନ୍ୟ ରାଜ୍ୟର ଡିଜେଲ ବସ୍‌ ନଭେମ୍ବର ୨ତାରିଖରୁ ଦିଲ୍ଲୀରେ ପ୍ରବେଶ କରିପାରିବ ନାହିଁ। ଜିଆର୍‌ଏପି-୨ର ନିୟମକୁ ମଧ୍ୟ ଅନୁସରଣ କରିବାକୁ ପଡିବ। ଦିଲ୍ଲୀ ସରକାରଙ୍କ ପରିବହନ ବିଭାଗ ହରିୟାଣା, ଉତ୍ତରପ୍ରଦେଶ, ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ, ରାଜସ୍ଥାନ ଏବଂ ପଞ୍ଜାବରୁ ନଭେମ୍ବର ୧ ରୁ ଡିଜେଲ ବସ୍‌ ଉପରେ କଟକଣା ଜାରି କରିଛି। ବର୍ତ୍ତମାନ କେବଳ ସେହି ଡିଜେଲ ବସ୍‌ ଦିଲ୍ଲୀରେ ପ୍ରବେଶ କରିବାକୁ ଅନୁମତି ପାଇବେ ଯାହା ବିଏସ୬ ବର୍ଗର। ଏହା ବ୍ୟତୀତ ସିଏନଜି ଏବଂ ଇଲେକ୍ଟ୍ରିକ ବସ୍‌ର ପ୍ରବେଶ ମଧ୍ୟ ରହିବ।

ଶୀତକାଳୀନ ଆକ୍ସନ ପ୍ଲାନ ଅଧୀନରେ ଜିଆର୍‌ଏପି-୨ ଲାଗୁ ହେବା ପରେ ଆଜିଠାରୁ ଦିଲ୍ଲୀରେ ଘରୋଇ ଯାନର ବ୍ୟବହାରକୁ ହ୍ରାସ କରିବା ପାଇଁ ପାର୍କିଂ ଦେୟ ବୃଦ୍ଧି ପାଇବ। ଏହାର ଅର୍ଥ ହେଉଛି ପାର୍କିଂ ଚାର୍ଜ ଆକାରରେ ଲୋକଙ୍କୁ ଅଧିକ ଅର୍ଥ ଦେବାକୁ ପଡିପାରେ। ଆଜିଠାରୁ ଦିଲ୍ଲୀରେ ସିଏନଜି, ଇଲେକ୍ଟ୍ରିକ ବସ ଏବଂ ମେଟ୍ରୋ ସେବାକୁ ପ୍ରୋତ୍ସାହନ ଦିଆଯିବ। ଦିଲ୍ଲୀରେ ଡିଜେଲ ଜେନେରେଟର ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଘରୋଇ ଯାନ ହ୍ରାସ ପାଇଁ ପାର୍କିଂ ଫି ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ

ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍‌ପି ତଥା ଆର୍‌ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ...

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri