‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର

ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଶୁଭାରମ୍ଭ କରିଥିଲେ। ସେଦିନ ୨୫ ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ଏବେ ଆବେଦନ ୯୨ ଲକ୍ଷ ଟପିଥିବା ବେଳେ ହିତାଧିକାରୀ କିସ୍ତି ଅପେକ୍ଷାରେ ଅଛନ୍ତି।

ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇ କହିଥିଲେ ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ। ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଦିଆଯିବ। କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ।

ନିକଟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିବ । ପର୍ଯ୍ୟାୟକ୍ରମେ ମୋଟ ୧ କୋଟି ମହିଳାଙ୍କୁ ସୁଭଦ୍ରା ସହାୟତା ଦିଆଯିବ। ସୁଭଦ୍ରା ଯୋଜନାରେ ଏ ପର୍ଯ୍ୟନ୍ତ ୯୨ ଲକ୍ଷ ଆବେଦନ କରିସାରିଲେଣି। ଆଉ ସପ୍ତାହେ ଭିତରେ ଏହା ୧ କୋଟିରେ ପହଞ୍ଚିବ। ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ…

ଭୁବନେଶ୍ୱର,୨୭।୯: ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି  ଟେଷ୍ଟ...

ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ...

ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ...

ମହାପ୍ରଭୁଙ୍କ ଅବଢ଼ାର ହେବ ମାନ ଯାଞ୍ଚ: ରୋଷ ଘରକୁ ଯାଉଥିବା….

ଭୁବନେଶ୍ୱର,୨୭।୯: ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି...

ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି।...

‘ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…

ଭୁବନେଶ୍ୱର,୨୭ା୯:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ...

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର: ଏଣିକି ଚାଉଳ ସହ ମିଳିବ…

ଭୁବନେଶ୍ୱର,୨୭।୯: ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri