
ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏହି ଅପସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧନମନ୍ତ୍ରୀ ଓଡ଼ିଆରେ ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।
ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା !
ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି…
— Narendra Modi (@narendramodi) April 1, 2025
ସେହିପରି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ବେଶ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।
ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ବେଶ୍ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ…
— President of India (@rashtrapatibhvn) April 1, 2025