ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିବା ବେଳେ ରବିବାର ରାତିରେ ପୁଣି ବିଷ୍ଣୁମୁଣ୍ଡା ଛକରେ ଜଣେ ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଦୋକାନୀ ଜଣକ ଦୋକାନରେ ବସିଥିବା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ମନୋଜ କୁମାର ନାଏକ।

ମିଳିଥିବା ସୂଚନା ମୁତାବକ, ଜଣେ ନିଶାସକ୍ତ ଯୁବକ ଦୋକାନରେ ପଶି ମନୋଜଙ୍କୁ ଅତିର୍କିତ ଭାବେ ଏକ ଧାରୁଆ ଅସ୍ତ୍ରରେ ହାଣି ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବଲାଙ୍ଗୀର ମେଡିକାଲାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷେ କିଏ ଏବଂ କାହିଁକି ହାଣିଲା ତାହା ଜଣାପଡି ନାହିଁ। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଶନିବାର ଚିମିନି ଭାଟିପଡ଼ାରେ ଘଟିଥିବା ହତ୍ୟାକାଣ୍ଡର ୨୪ ଘଣ୍ଟା ନ ପୁରୁଣୁ ପୁଣି ହତ୍ୟାକାଣ୍ଡ ଘଟିବା ବଲାଙ୍ଗୀର ସହରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି...

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ...

ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା

ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି,...

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଆସିଲା ଇମେଲ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍‌ ଆକ୍ରମଣର ପ୍ରତିବାଦ

ପହଲଗାମ୍‌,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ...

Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ

ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍‌ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image