Posted inଫୁରସତ

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର ମଣ୍ଡପରେ କନ୍ୟାଙ୍କ ଏକ ଭିଡିଓ ଚଲାଇଥିଲେ। କନ୍ୟାଙ୍କର ତାଙ୍କ ଭିଣୋଇ ସହିତ ଅନୈତିକ ସମ୍ପର୍କ ଥିଲା ଆଉ ବର ସେହି ପ୍ରାଇଭେଟ୍‌ ମୂହୁର୍ତ୍ତଗୁଡ଼ିକୁ ରେକର୍ଡ କରିଦେଇଥିଲେ। ସୋସିଆଲ ମିଡିଆରେ ଏହି ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ୟୁଜର୍ସମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି।

ବିବାହ ଦିନ ବର ତାଙ୍କ ପ୍ରତାରଣା ବିଷୟରେ ଜଣାଇବା ପରେ କନ୍ୟା ଜଣଙ୍କ ନିଜ ବନ୍ଧୁ ଏବଂ ପରିବାର ସାମ୍ନାରେ ଲଜ୍ଜିତ ହୋଇଥିଲେ। ଚାଇନାର ଏହି ଦମ୍ପତି ଫୁଜିଆନ ପ୍ରଦେଶର ନିଜ ସହରରେ ଏକ ପାର୍ଟିର ଆୟୋଜନ କରିଥିଲେ। ବାସ୍ତବରେ କନ୍ୟା ଜଣଙ୍କ ତାଙ୍କ ଗର୍ଭବତୀ ଭଉଣୀର ସ୍ବାମୀଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ, ଯାହାକୁ ବର ଚତୁରତାର ସହ ଉଭୟଙ୍କ ଟେପ ରେକର୍ଡ କରି ମଣ୍ଡପରେ ଦେଖାଇଥିଲେ।

ଭିଡିଓଟି @jushendo ଆକାଉଣ୍ଟରୁ ଶେୟାର କରାଯାଇଛି। ଏଭଳି ପରିସ୍ଥିତିରେ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଭିଡିଓ ଉପରେ ପ୍ରତିକ୍ରିୟା ଦେଉଛନ୍ତି। ଜଣେ ଉପଭୋକ୍ତା ଲେଖିଛନ୍ତି … ଏହାଠାରୁ କିଛି ଭଲ ପ୍ରତିଶୋଧ ହୋଇପାରିବ ନାହିଁ । ଅନ୍ୟ ଜଣେ ଉପଭୋକ୍ତା ଲେଖିଛନ୍ତି … ଏହି ବିବାହ ପାଇଁ ଏତେ ଖର୍ଚ୍ଚ କରିଥିବା ପିତାମାତାଙ୍କ ଅବସ୍ଥା କ’ଣ ହୋଇଥିବ।


Enter your email to get our daily news in your inbox.

All Right Reserved By Dharitri.Com

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

ଜନ୍ମ ନେଲା ବାଇଗଣୀ ରଙ୍ଗର ଶିଶୁ, ସର୍ଜରୀରେ ଖର୍ଚ୍ଚ ହେଲା ୪୨ କୋଟି

ଲସ ଆଞ୍ଜେଲସ,୧୯।୧୨: ପିଲାଟିଏ ଜନ୍ମ ହେଲେ ସୁଖର କୌଣସି ସୀମା ନନ ଥାଏ। ଲସ ଆଞ୍ଜେଲ୍ସର ବାସିନ୍ଦା ଆଣ୍ଡାଲୁସିଆ ମେସା ମଧ୍ୟ ତାଙ୍କର ପ୍ରସବକୁ ନେଇ...

‘ଏକତା ହିଁ ସର୍ବୋପରି’

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ ଭାବ ଏବଂ ଭାଇଚାରା ଦ୍ବାରା ଦେଶର ଏକତା ବୃଦ୍ଧି ହୋଇଥାଏ।...

୨୦୨୫ ରେ ଏହି ରାଶିର ବଢିବ ଆୟ, ଜାଣନ୍ତୁ କେତେ ଶୁଭ ରହିବ

ନୂଆ ବର୍ଷ ୨୦୨୫ ଆରମ୍ଭ ହେବାକୁ ଆଉ କିଛିଦିନ ବାକି ଅଛି। ଆସନ୍ତୁ ଜାଣିବା ୨୦୨୫ରେ ଆୟ, ବ୍ୟାପାର, କ୍ୟାରିୟର, ବୈବାହିକ ଜୀବନ ଏବଂ ସ୍ୱାସ୍ଥ୍ୟ...

ଶତାୟୁ ମହିଳାଙ୍କ ୭ ମହାଦେଶ ଭ୍ରମଣ

ସିଡ୍‌ନୀ: ଯଦି ମନରେ ଉତ୍ସାହ ଏବଂ ଉଦ୍ଦୀପନା ଥାଏ ତେବେ କୌଣସି ମଧ୍ୟ ଲକ୍ଷ୍ୟକୁ ଅତି ସହଜରେ ପୂରଣ କରାଯାଇପାରିବ। ୧୦୨ ବର୍ଷୀୟା ଡୋରୋଥୀ ସ୍ମିଥ୍‌ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri