ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ କମୁଛି ଭୂତଳ ଜଳସ୍ତର

କେନ୍ଦ୍ରାପଡ଼ା, ୬।୯ (ଜଗନ୍ନାଥ ଧଳ): ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ ଭୂତଳ ଜଳସ୍ତର କମିବାରେ ଲାଗିଛି। ତେଣୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ସାରାଦେଶରେ ୨୦୧୬ ଅକ୍ଟୋବର ୨ରୁ ବର୍ଜବସ୍ତୁ ପରିଚାଳନା ଆଇନକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହାର ପରିଚାଳନାରେ କେନ୍ଦ୍ରାପଡ଼ା ପୌର ପ୍ରଶାସନ ପଛରେ ପଡ଼ିଛି। ଏ ନେଇ ନ୍ୟାଶନାଲ ଗ୍ରୀନ ଟ୍ରିବୁନାଲ (ଏନ୍‌ଜିଟି) ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ଆଇନ ପ୍ରଣୟନର ୭ ବର୍ଷ ମଧ୍ୟରେ ଏହା କେବଳ ପ୍ରଚାରରେ ସୀମିତ ରହିଛି। ଗୋବରୀ ନଦୀ ଓ କେନାଲ ଏବେ ବର୍ଜ୍ୟବସ୍ତୁରେ ଭର୍ତ୍ତି ହୋଇ ଜଳପଥ ପୋତି ହେଉଛି। ସେହିପରି ସହରର ଡ୍ରେନରେ ଏହି ସାମଗ୍ରୀ ପଡ଼ି ଜଳ ନିଷ୍କାସନରେ ବାଧା ସୃଷ୍ଟି କରୁଛି।
ଏ ସମ୍ପର୍କରେ ଖଡ଼ଇଙ୍ଗର ମନୋଜ କୁମାର ସିଂହ କହିଛନ୍ତି, ୧୫୪ ବର୍ଷର ପୁରୁଣା ଏହି ପୌରାଞ୍ଚଳରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଢଙ୍ଗରେ ହୋଇପାରୁନାହିଁ। ପୂର୍ବରୁ ଗୋବରୀ ନଦୀ ଓ କେନାଲ ଜଳକୁ ସ୍ନାନ ଶୌଚ ଆଦିରେ ବ୍ୟବହାର କରାଯାଉଥିଲା। ଏବେ ଏହି ଦୁଇ ଜଳପଥ ଅଳିଆ ଆବର୍ଜନାରେ ଭରିଯାଇଛି। ଘରୋଇ ଅଶୌଚ କାର୍ଯ୍ୟରେ ନଦୀ ଜଳ ବ୍ୟବହାର କରାଯାଉଛି। ମାତ୍ର ଏହି ଜଳ ପ୍ରଦୂଷିତ ହୋଇଥିବାରୁ ସ୍ନାନ କଲେ ଶରୀର କୁଣ୍ଡାଇ ହେଉଛି। ବହୁଦିନ ଧରି ଏହି ଜଳ ଉତ୍ସରେ ଚିଙ୍ଗୁଡିଆ ଦଳ ଭରି ରହିଥିଲେ ମଧ୍ୟ ଜଳ ସମ୍ପଦ ବିଭାଗ ଏହାକୁ ସଫା କରିବାକୁ ବ୍ୟଗ୍ର ନୁହନ୍ତି। ଫଳରେ ବର୍ଷାଦିନେ ପୂତି ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ସାମାଜିକ କର୍ମୀ ସେକ୍‌ ସାବିର କହିଛନ୍ତି, ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରାପଡ଼ା ସହର ପାଇଁ ସମସ୍ୟା ସୃଷ୍ଟି କରିଛି। ଜଣେ ଲୋକ ଦିନକୁ ହାରାହାରି ୫୦୦ ଗ୍ରାମର ଜୈବିକ ଓ ଅଜୈବିକ (ପ୍ଲାଷ୍ଟିକ ଆଦି) ବର୍ଜ୍ୟବସ୍ତୁ ନିଷ୍କାସନ କରୁଥିବା ବେଳେ ମାସକୁ ସହରରେ ୭୫ ମେଟ୍ରିକ ଟନ ବର୍ଜ୍ୟବସ୍ତୁ ନିର୍ଗତ ହେଉଛି। ବର୍ଜ୍ୟବସ୍ତୁ ପରିଚାଳନା ଆଇନ କାର୍ଯ୍ୟକାରୀ ହେଉ ନ ଥିବାରୁ ବହୁ ପାଇଖାନାର ପାଇପ ମୁହଁ ଗୋବରୀ ନଦୀ ଓ କେନାଲକୁ ରହିଛି। ୨୦୧୬ରେ ପ୍ଲାଷ୍ଟିକ ବର୍ଜନ ପାଇଁ ପୌର ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଥିଲା। ତେବେ ପ୍ରଶାସନିକ ଅବହେଳା କାରଣରୁ କିଛିଦିନ ପରେ ଏ ନେଇ ଗୁରୁତ୍ୱ ରହିଲା ନାହିଁ। ଫଳରେ ବ୍ୟବସାୟ ଅନୁଷ୍ଠାନଠାରୁ ଆରମ୍ଭ କରି ଘରେ ପ୍ଲାଷ୍ଟିକ ଥଳିର ବ୍ୟବହାର ପୁନର୍ବାର ବଢ଼ିଯାଇଛି। ପରିବେଶବିତ ସେକ୍‌ ଚାନ୍ଦ କହିଛନ୍ତି, ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପାଇଁ ବିପଦ ସୃଷ୍ଟି କରିଛି। କିଛି ବୁଲା ଗୋରୁ ଓ କୁକୁର ଖାଦ୍ୟ ସାମଗ୍ରୀ ସହିତ ପ୍ଲାଷ୍ଟିକକୁ ଗିଳି ଦେଉଛନ୍ତି। ଏହି ପ୍ଲାଷ୍ଟିକ ସମ୍ପୃକ୍ତ ଜୀବଜନ୍ତୁଙ୍କ ପାକସ୍ଥଳୀକୁ ଯାଇ ବିପଦ ସୃଷ୍ଟି କରୁଛି। ସେହିପରି ପ୍ଲାଷ୍ଟିକ ମାଟିରେ ମିଶି ପାରୁ ନ ଥିବାରୁ ବର୍ଷା ଜଳ ଭୂଗର୍ଭକୁ ଯାଇପାରୁନାହିଁ। ଫଳରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆଗାମୀ ଦିନରେ ଏହା ସହରବାସୀଙ୍କ ପାଇଁ ବିପଦ ସୃଷ୍ଟି କରିବ। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ବିଶ୍ୱାଳଙ୍କୁ ପଚାରିବାରେ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରାଯାଇଛି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସହରର ପ୍ରତ୍ୟେକ ସ୍ଥାନରେ ଡଷ୍ଟବିନ ଯୋଗାଇ ଦିଆଯାଇଛି। ଏଥିସହ ବ୍ୟବସାୟୀ ଓ ସହରବାସୀଙ୍କ ମଧ୍ୟରେ ପ୍ଲାଷ୍ଟିକ ବ୍ୟବହାର ବନ୍ଦ ପାଇଁ ସଚେତନତା ସୃଷ୍ଟି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯: ସୁନ୍ଦରଗଡ ଜିଲା ବଣାଇ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଲିସକୁ ହୋଇଛି ତୀରମାଡ। ତୀରମାଡରେ ଗୁରୁତର ହୋଇ ଥାନାବାବୁ ଡାକ୍ତରଖାନାରେ ଭର୍ତ୍ତି...

ସରିଲା ବାଲିଯାତ୍ରା: ଶେଷଦିନରେ ଭକ୍ତଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ: ବିଶ୍ୱାସ ଅଛି ବାଲିଯାତ୍ରା ହେଲେ ଶୀତ ଆସେ। ଆଉ ବାଲିଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ନଜିର ରହିଛି। ଏହା...

ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର

ବ୍ରାହ୍ମଣୀଗାଁ,୨୪।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

ଭତ୍ତା ଆଣିବାକୁ ଗୁରୁଣ୍ଡି ଗୁରୁଣ୍ଡି ପଞ୍ଚାୟତ ଅଫିସ୍‌ ଗଲେ ବୃଦ୍ଧା

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ):ସାମାଜିକ ସୁରକ୍ଷା ଭତ୍ତା ଟଙ୍କା ପାଇବା ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଦୁଇ କିଲୋମିଟର ପଞ୍ଚାୟତକୁ ଗଲେ ବୃଦ୍ଧା। ଏମିତି ଏକ ଦୃଶ୍ୟ ଦେଖୁବାକୁ...

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି।...

ଶିଶୁ, ପ୍ରସୂତି, ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳ, ଛତୁଆରେ ମିଶାଯାଉଛି…

ରାଜନଗର, ୨୪ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ କୋମଳମତି ଶିଶୁ, ପ୍ରସୂତି ଏବଂ ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳାଯାଉଛି। ପୁଷ୍ଟିକର ଛତୁଆ...

ଗାଁ ରାସ୍ତା ପାଇଁ ବିଡ଼ିଓଙ୍କୁ ଭେଟିଲେ ଡାକ୍ତରୀ ଛାତ୍ରୀ ଲିନ୍‌ସା

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ର ଡାକ୍ତରୀ ଛାତ୍ରୀ ଲୀନ୍ସା ପ୍ରଧାନ ମଙ୍ଗଳବାର ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ରଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri