ବାରିପଦା ଅଫିସ,୧୯ା୭: ମୟୂରଭଞ୍ଜ ଜିଲାରେ ରବିବାର ୧୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ୧୨ ଜଣଙ୍କ ମଧ୍ୟରୁ ୨ଜଣ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମଣ ଓ ୨ ଜଣ କରୋନା ଯୋଦ୍ଧା ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଯଶିପୁର ବ୍ଲକ ଅଞ୍ଚଳର ଏହି ୨ ଜଣ କରୋନା ଯୋଦ୍ଧା କାର୍ଯ୍ୟରେ ଥିବା ସମୟରେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ଦିଆଯାଇଛି। ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲାରେ ଗୋଷ୍ଠୀ ସଂକ୍ରମଣ ନେଇ ଆଶଙ୍କାରେ ରହିଛନ୍ତି। ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଉଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୯୮ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି। ବାକି ୧୬୭ ଜଣ ଚିକିତ୍ସାଧିନ ରହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ