ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ ୨.୧୦ ଲକ୍ଷ କୋଟିରେ ପହଞ୍ଚିଛି। ରାଜସ୍ବ ବର୍ଷ ତୁଳନାରେ ଏହା ମୋଟ ୧୨.୪ ପ୍ରତିଶତ ଅଭିବୃଦ୍ଧି ହାସଲ କରିଛି।

ରେକର୍ଡ ଜିଏସ୍‌ଟି ସଂଗ୍ରହ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଖୁସି ପ୍ରକାଶ କରିଛନ୍ତି। ଘରୋଇ କାରବାରରେ ୧୩.୪ ପ୍ରତିଶତ ଅଭିବୃଦ୍ଧି ପରେ ଦ୍ରବ୍ୟ ଏବଂ ସେବା ଟିକସ ସଂଗ୍ରହରେ ଏହି ବୃଦ୍ଧି ଦେଖିବାକୁ ମିଳିଛି ଏବଂ ଆମଦାନୀରେ ୮.୩ ପ୍ରତିଶତ ବୃଦ୍ଧି ଘଟିଛି ।

Share