କ୍ୟାମେରା ଆଗରେ ରିପୋର୍ଟରକୁ ଲୁଟିଲେ

କ୍ୱିଟୋ,୨୦।୨: ଜଣେ ରିପୋର୍ଟର ଓ ଟିଭି କ୍ରୁ ମେମ୍ବରଙ୍କୁ ବନ୍ଧୁକ ମୁନରେ ଲୁଟିଛନ୍ତି। ତାହା ପୁଣି ଲାଇଭ କ୍ୟାମେରା ଆଗରେ। ଇକ୍ୱାଡରରେ ଘଟିଥିବା ଏହି ଅବିଶ୍ୱସନୀୟ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଭିଡିଓରେ ଜଣେ ଲୁଟେରା ବନ୍ଧୁକ ଦେଖାଇ ରିପୋର୍ଟର ଓ ଟିଭି କ୍ରୁ ମେମ୍ବରଙ୍କ ଠାରୁ ଟଙ୍କା ଓ ମୋବାଇଲ ଦାବି କରୁଛି। ହାତରେ ଟଙ୍କା ଓ ମୋବାଇଲ ଧରାଇ ଦେବା ପରେ ମାସ୍କ ପିନ୍ଧିଥିବା ଲୁଟେରା କାହାକୁ କ୍ଷତି ନ ପହଞ୍ଚାଇ ଘଟଣା ସ୍ଥଳରୁ ଚାଲିଯାଉଛି।

ଇକ୍ୱାଡରର ଡାଇରେକ୍ଟ ଟିଭିର ସ୍ପୋଟର୍‌ସ ଜର୍ନାଲିଷ୍ଟ ଡିଏଗୋ ଓର୍ଡିନୋଲା ଗୁଆକିଲସ୍ଥିତ ଇଷ୍ଟାଡିଓ ମାନୁମେଣ୍ଟାଲ ବାହାରେ ଗତ ସପ୍ତାହରେ ରିପୋର୍ଟିଂ କରୁଥିବାବେଳେ ଲୁଟେରା ସେମାନଙ୍କୁ ଅଟକାଇଥିଲା। ମୁଣ୍ଡ ଉପରେ ବନ୍ଧୁକ ରଖି ପର୍ଶ ଓ ମୋବାଇଲ ଦେବାକୁ କହିଥିଲେ। ଏହି ସମୟରେ କ୍ୟାମେରା ଚାଲୁ ରହିଥିବାରୁ ଏଥିରେ କଏଦ ହୋଇଥିଲା ପୂରା ଘଟଣା। ଏହାକୁ ଓଡିନାଲୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି...

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri