ଗୁଣି ଗାରେଡି ସନ୍ଦେହରେ ହତ୍ୟା ଅଭିଯୋଗ

କେନ୍ଦ୍ରପଡା,୨୫।୭(ଜଗନ୍ନାଥ ଧଳ): ଇଣ୍ଟରନେଟ ଯୁଗରେ ବିଜ୍ଞାନର ପ୍ରଗତି ସତ୍ତ୍ୱେ ଏବେ ବି କିଛି ଲୋକ କୁସଂସ୍କାର ଅନ୍ଧବିଶ୍ୱାସକୁ ଜାବୁଡି ଧରିଛନ୍ତି । ସେମାନେ ଅନ୍ଧବିଶ୍ୱାସର କବଳରେ ପଡି ନରହତ୍ୟା ପରି ବିଭିତ୍ସକାଣ୍ଡ ଘଟାଇବାକୁ ଟିକିଏ ବି ପଛାଉନାହଁାନ୍ତି । ଗୁଣିଗାରେଡି ସଂନ୍ଦେହରେ ଏକ ଲୋମହର୍ଷଣକାରୀ ହତ୍ୟା ଘଟଣା କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବନ୍ତପାଟଣା ଗ୍ରାମରେ ଦେଖିବାକୁ ମିଳିଛି ।
ସୂଚନାନୁଯାୟୀ କେନ୍ଦ୍ରାପଡ଼ା ଜଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ବନ୍ତପାଟଣା ହର୍‌ନବାବି ଗାଁର ମଣିଚରଣ ସାହୁ ଗତ ରାତିରେ ଘରେ ଶୋଇଥିବା ବେଳେ ପଡୋଶୀ ଅଜୁ ମହାରଣା ଓ ତାଙ୍କର ଦୁଇପୁଅ ବିପିନି ମହାରଣା ଓ ଗୁନୁଆ ମହାରଣା କବାଟ ଭାଙ୍ଗି ଘରେ ପଶିଥିଲେ । ରାତି ଅଧରେ ଏକ ଶାବଳରେ ମଣିଚରଣଙ୍କୁ ଆକ୍ରମଣ କରିଥିଲେ । ଫଳରେ ମଣିଚରଣ ଗୁରୁତର ହୋଇପଡ଼ିଥିଲେ । ପରିବାର ଲୋକେ ତାଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତିି କରିଥିଲେ । ହେଲେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଏନେଇ ପରିବାର ଲୋକେ ପଟ୍ଟାମୁଣ୍ଡାଇ ଗ୍ରାମଞ୍ଚଳ ଥାନାରେ ହତ୍ୟା ଅଭିଯୋଗ କରଛନ୍ତି । ଅଭିଯୋଗ ପରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ପୋଲିସ ଏକ ମାମଲା ୪୫୦/୨୩ ରୁଜୁ କରି ଘଟଣାର ତଦନ୍ତ କରୁଛି। ପୋଲିସର ଘଟଣାର ତଦନ୍ତ କରି ସତକୁ ସାମ୍ନାକୁ ଆଣିବ ବୋଲି ଗ୍ରାମାଞ୍ଚଳ ଥାନା ଅଧିକାରୀ ବାମଦେବ ନାନ୍ଦ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ।...

ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ...

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦: ଗଞ୍ଜାମ ଜିଲା ଖଲ୍ଲିକୋଟର କମଳାପଦର ଗାଁରେ ଏକ ଦୁଃଖଦାୟକ ଘଟଣା ଘଟିଛି। ଗ୍ୟାସ୍‌ ସିଲିଣ୍ଡର୍‌ ଫାଟି ଗାଁର ୩ ପରିବାରର ୧୦ ବଖରା ଜଳିପୋଡ଼ି...

ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌...

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ...

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri