ଓଡିଏମ୍‌ ପରିସରରେ ଗୁରୁ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୬।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱର ପଟିଆସ୍ଥିତ ଓଡିଏମ୍‌ ପବ୍ଳିକ୍‌ ସ୍କୁଲ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡିଏମ୍‌ ପବ୍ଳିକ୍‌ ସ୍କୁଲ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ର ଆୟୋଜନ କରାଯାଇଥିଲା। ଭାରତୀୟ ସଂସ୍କୃତିରେ ଗୁରୁଶିଷ୍ୟ ପରମ୍ପରାକୁ ଉଜ୍ଜୀବିତ କରିବା ପାଇଁ ଓଡିଏମ୍‌ ପବ୍ଳିକ୍‌ ସ୍କୁଲ ପରିସରରେ ଗୁରୁବାର ପୂର୍ବତନ ରାଷ୍ଟ୍ରପତି,ଦାର୍ଶନିକ ତଥା ରାଷ୍ଟ୍ରଗୁରୁ ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିନ ପାଳନ ହୋଇଥିଲା। ଏହି ଉପଲକ୍ଷେ ଓଡିଏମ୍‌ ଶିକ୍ଷା ସମୂହର ପ୍ରତିଷ୍ଠାତା ଡ. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ‘ଗୁରୁ ସମ୍ବର୍ଦ୍ଧନା ଉତ୍ସବ’ରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଫେସର (ଡ.) ପି.କେ.ଦାସ ଏବଂ ଡ. ଜ୍ୟୋତ୍ସ୍ନା ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ। ସେହିଭଳି କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ପ୍ରତିଷ୍ଠାତା ଡ.ମୀନକେତନ,ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ସିଓଓ ସ୍ବୟନ୍‌ ସତ୍ୟେନ୍ଦୁଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ରାଧାକ୍ରିଷ୍ଣନ୍‌ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ଗୁରୁପୂଜା ଓ ଗୁରୁବନ୍ଦନା କରିଥିଲେ। ଏପରିକି ପ୍ରାଚୀନ ଗୁରୁକୁଳ ରୀତିନୀତିରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ମୂଲ୍ୟବୋଧଭିିକ ସଙ୍ଗୀତ, ବକ୍ତୃତା, କବିତା ପଠନ, ଅଭିନୟ ଇତ୍ୟାଦି ପ୍ରଦର୍ଶିନୀ କରାଯାଇଥିଲା। ଏହି ଅବସରରେ ଡ. ମୀନକେତନ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସଙ୍ଗେ ସଙ୍ଗେ ଶିକ୍ଷକମାନଙ୍କ ଗୁରୁଦାୟିତ୍ୱ ଏବଂ କର୍ତ୍ତବ୍ୟବୋଧକୁ ପ୍ରଶଂସା କରିଥିଲେ। ଗୁରୁଶିଷ୍ୟ ପରମ୍ପରାରେ ଆଜିର ଦିବସର ଅନେକ ମହତ୍ତ୍ୱ ରହିଛି ଏବଂ ଏହି ପରମ୍ପରା ସବୁଦିନ ପାଇଁ ସମାଜକୁ ଦିଗ୍‌ଦର୍ଶନ ପ୍ରଦାନ କରୁଥିବ ବୋଲି ସେ ଉଦ୍‌ବୋଧନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ‘ଗୁରୁଣାଂ ଗୁରୁ’ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅପରପକ୍ଷରେ ଡ. ମୀନକେତନ ବିଦ୍ୟାଳୟର ସମସ୍ତ ଗୁରୁଙ୍କୁ ସମ୍ବର୍ଦ୍ଧିତ କରିବା ସହ ସାଧୁବାଦ ଜଣାଇଥିଲେ। ଏହି ଅବସରରେ ବିଦ୍ୟାଳୟର ଶିକ୍ଷା ନିର୍ଦ୍ଦେଶକ ଡ. ଆର୍ତ୍ତତ୍ରାଣ ମିଶ୍ର, ଉପାଧ୍ୟକ୍ଷା ଡ. ସନ୍ଧ୍ୟାରାଣୀ ସ୍ବାଇଁ, ଉପାଧ୍ୟକ୍ଷ ଡ.ରାଜେଶ କୁମାର ପାଢ଼ୀଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ଓ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଷ୍ଟକ୍‌ ମାର୍କେଟର ଐତିହାସିକ ରେକର୍ଡ

ମୁମ୍ବାଇ,୨୧।୯: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ ମାକେର୍ଟ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri