Posted inଜାତୀୟ

ଜ୍ଞାନବାପୀ ମାମଲା: ହିନ୍ଦୁଙ୍କୁ ମିଳିଲା ପୂଜା ଅନୁମତି

ବାରଣାସୀ,୩୧।୧: ଜ୍ଞାନବ୍ୟାପୀ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ବାରଣାସୀ କୋର୍ଟ। ହିନ୍ଦୁୁପକ୍ଷଙ୍କୁ ପୂଜା କରିବା ପାଇଁ ଅଧିକାର ମିଳିଛିି। ବ୍ୟାସ ତହଖାନାରେ ହିନ୍ଦୁପକ୍ଷମାନେ ପୂଜା କରିପାରିବେ ବୋଲି କୋର୍ଟ ବୁଧବାର ଅନୁମତି ଦେଇଛନ୍ତି। ୭ ଦିନ ମଧ୍ୟରେ ବ୍ୟବସ୍ଥା କରିବାକୁ ପ୍ରଶାସନଙ୍କୁ ନିଦ୍ଦେର୍ର୍ଶ ଦେଇଛନ୍ତି ବାରାଣାସୀ ଜିଲା ଜଜ ଡକ୍ଟର ଅଜୟ କୃଷ୍ଣ ବିଶ୍ୱେଶ। ଜିଲା ଜଜ, ବିଶ୍ୱନାଥ ମନ୍ଦିରର ପୁରୋହିତଙ୍କୁ ପୂଜା କରିବାକୁ ଅଦେଶ ଦେବା ସହ ବ୍ୟାରିକେଡ ହଟାଇବା ପାଇଁ ବ୍ୟବସ୍ଥା କରିବାକୁ କହିଛନ୍ତି।

ହିନ୍ଦୁୁ ପକ୍ଷର ଓକିଲ ବିଷ୍ଣୁ ଶଙ୍କର ଜେନା କହିଛନ୍ତି, ତଳମହଲାରେ ପୂଜାପାଠ ପାଇଁ ଅନୁମତି ଦିଆଯାଇଛି। ସୋମନାଥ ବ୍ୟାସଙ୍କ ପରିବାର ୧୯୯୩ ପର୍ଯ୍ୟନ୍ତ ତଳ ମହଲାରେ ପୂଜା କରୁଥିଲେ। ୧୯୯୩ ପରେ ତତ୍କାଳୀନ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ତଳ ମହଲାରେ ପୂଜା ବନ୍ଦ ହୋଇଯାଇଥିଲା। ଜାନୁଆରୀ ୧୭ରେ, ବ୍ୟାସ ତହଖାନାକୁ ଜିଲା ପ୍ରଶାସନ ନିଜ ନିୟନ୍ତ୍ରଣକୁ ଆଣିଥିଲା। ASI ସର୍ଭେ ଅପରେଶନ ସମୟରେ ତଳ ମହଲା ସଫା କରାଯାଇଥିଲା।

ସୂଚନାଯୋଗ୍ୟ, ଜ୍ଞାନବାପୀ ମସଜିଦରେ ଏକ ତହଖାନା ଅଛି, ଯେଉଁଠି ସୋମନାଥ ବ୍ୟାସ ପୂଜାର୍ଚ୍ଚନା କରୁଥିଲେ। ୧୯୯୩ ଡିସେମ୍ବରରେ, ରାଜ୍ୟର ମୁଲାୟମ ସିଂ ଯାଦବ ସରକାରଙ୍କ ମୌଖିକ ନିର୍ଦ୍ଦେଶରେ, ତଳ ମହଲାରେ ପୂଜାପାଠକୁ ବାରଣ କରି ଏହାକୁ ସିଲ୍‌ କରାଯାଇଥିଲା। ପରେ ଏଥିରେ ବ୍ୟାରିକେଡ ଲଗାଯାଇଥିଲା। ଏହାପରେ ସୋମନାଥ ବ୍ୟାସ ଜ୍ଞାନବାପୀ ପରିସରର ଜମି ୯୧୩୦,୧୯୩୧ ଓ ୧୯୩୨କୁ ନେଇ କୋର୍ଟରେ ଏକ ଯାଚିକା ଦାୟର କରିଥିଲେ।
ଯାଚିକାରେ ଏହି ସମ୍ପତ୍ତି ଭଗବାନ ବିଶ୍ୱନାଥଙ୍କର ବୋଲି କୁହାଯାଇଥିଲା। ୧୯୯୩ରୁ ତଳ ମହଲା ବନ୍ଦ ରହିଥିଲା ଏବଂ ଏହାର ଚାବି ବାରାଣାସୀର ଜିଲା ମାଜିଷ୍ଟ୍ରେଟଙ୍କ ନିକଟରେ ରଖାଯାଇଥିଲା। ୨୦୧୬ରେ ସୋମନାଥ ବିଶ୍ୱଙ୍କ ନାତି ଶୈଳନ୍ଦ୍ର ପାଠକ ତାଙ୍କ ସମ୍ପତ୍ତି ଫେରସ୍ତ ଦାବିରେ ବାରାଣାସୀ କୋର୍ଟରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri