ଡ୍ରେନ୍‌ ପାର୍ଶ୍ୱରେ ମୁକ୍ତାକାଶ ଜିମ୍‌, ଲୋକଙ୍କ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୮ା୫: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ସହରର ସୌନ୍ଦର୍ଯ୍ୟକରଣ ଓ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। କିନ୍ତୁ କେତେକ କାର୍ଯ୍ୟ ଠିକ ଭାବେ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କର୍ମ ତପତ୍ରତା ଅଭିଯାନ(ମୁକ୍ତା)ଯୋଜନାରେ ସ୍ବୟଂ ସହାୟିକା ଗୋଷ୍ଠୀଗୁଡିକୁ ନିୟୋଜିତ କରାଯାଇଛି। ଏହି ଯୋଜନାର କାର୍ଯ୍ୟଗୁଡିକ ମଧ୍ୟରେ ଉଦ୍ୟାନ ସୌନ୍ଦର୍ଯ୍ୟକରଣ, ଶିଶୁ ଉଦ୍ୟାନ, ଚଲାପଥ, ମିନି ପାର୍କ, ମୁକ୍ତାକାଶ ଜିମ୍‌, ଖେଳ ପଡିଆ ଭଳି ୩୩୫ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଛି। ଏଥିପାଇଁ ନିଗମ ପକ୍ଷରୁ ୨୫ କୋଟି ୧୨ ଲକ୍ଷ ୬ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। କିନ୍ତୁ ଏବେ କେତେକ ସ୍ଥାନରେ ଉନ୍ନୟନମୂଳକ କାର୍ଯ୍ୟ ଅଧାପନ୍ତରିଆ ହୋଇ ରହିଥିବା ବେଳେ କେତେକ କ୍ଷେତ୍ରରେ କାର୍ଯ୍ୟ ଶେଷ ହୋଇଛି। ନିଗମ ପକ୍ଷରୁ ନିର୍ମାଣ କରାଯାଉଥିବା ମୁକ୍ତାକାଶ ଜିମ୍‌ ଗୁଡିକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏଥିମଧ୍ୟରୁ ୩୦ ନଂ ୱାର୍ଡ ଅନ୍ତର୍ଗତ ନେହେରୁନଗର ମୁଖ୍ୟ ରାସ୍ତାରେ ବର୍ତ୍ତମାନ ଏକ ମୁକ୍ତାକାଶ ଜିମ୍‌ ନିର୍ମାଣ କାର୍ଯ୍ୟ କରାଯାଉଛି। ଗତ କିଛି ଦିନ ତଳେ ମହାନଗର ପକ୍ଷରୁ ଏହା ପାର୍ଶ୍ୱରେ ଥିବା ଡ୍ରେନ୍‌ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବା ପରେ ଏହି ମୁକ୍ତାକାଶ ଜିମ୍‌ କାର୍ଯ୍ୟ ଆରମ୍ଭ ହୋଇଛି। କିନ୍ତୁ ନର୍ଦ୍ଦମା ପାର୍ଶ୍ୱ ଜିମ୍‌କୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଡ୍ରେନ୍‌ ପାର୍ଶ୍ୱରେ ଜିମଟି ହେବା ଦ୍ୱାରା ବର୍ଷା ଦିନରେ ଏହା ସମସ୍ୟା ସୃଷ୍ଟି କରିବ। ଏଥିସହ ଡ୍ରେନ୍‌ ପାର୍ଶ୍ୱରେ ଥିବାରୁ ମଶା ମାଛି ସାଙ୍ଗକୁ ଦୁର୍ଗନ୍ଧ ପରିବେଶ ସୃଷ୍ଟି ହେଉଛି। ଯାହାଦ୍ୱାରା ବରିଷ୍ଠ ନାଗରିକଙ୍କଠାରୁ ଆରମ୍ଭ କରି ଯୁବ ପିଢିମାନେ ଜିମ୍‌କୁ ବ୍ୟବହାର କରିବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ଡ୍ରେନ୍‌ ପାର୍ଶ୍ୱରେ ଜିମ୍‌ ପରିବର୍ତ୍ତେ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି ହୋଇଛି।
ଏ ନେଇ ଉକ୍ତ ୱାର୍ଡ ଦାୟତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ସ୍ବପ୍ନା ସାହୁଙ୍କୁ ପଚାରିବରୁ ୫୦ ଫୁଟ ବିଶିଷ୍ଟ ଚଉଡା ରାସ୍ତାରେ ମୁକ୍ତାକାଶ ଜିମ୍‌ ତିଆରି ନିୟମ ରହିଛି। ଜିମ୍‌ ପାର୍ଶ୍ୱରେ ଥିବା ଡ୍ରେନ୍‌ ଉପରେ ଘୋଡଣି ପକାଯାଇଛି। ଆଗାମୀ ଦିନରେ ଏଠାରେ ପେବର ବ୍ଲକ ପକାଯିବ। ଯାହାଦ୍ୱାରା ମୁକ୍ତାକାଶ ଜିମ୍‌ ବ୍ୟବହାର କରିବା ପାଇଁ କୌଣସି ସମସ୍ୟା ହେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ...

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି...

ଦୁର୍ନୀତିକୁ ଦିଆଯିବନି ପ୍ରଶୟ: ଅଙ୍ଗନାୱାଡି କର୍ମୀଙ୍କୁ ଶପଥ ପାଠ କରାଇଲେ ସିଡିପିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡିର ସମନ୍ବିତ ଶିଶୁ...

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri