ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୮।୧୧: ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଆଗୁଆ ସଚେତନ ରହିବାକୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଯଦିଓ ଏହି ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ କିନ୍ତୁ ଆମ ରାଜ୍ୟରେ ଏଯାଏ ଏହା ଚିହ୍ନଟ ହୋଇନାହିଁ ।
ତେବେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟରେ ସର୍ଭେଲାନ୍ସ ବଢ଼େଇବା ସହ ପ୍ରତି ଜିଲାରେ କୋଭିଡ ଟେଷ୍ଟ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଗୋଟିଏ ସ୍ଥାନରେ ଯଦି ଏକ ସାଙ୍ଗରେ ଅନେକ ରୋଗାକ୍ରାନ୍ତ ହୁଅନ୍ତି ତେବେ ମାସ ଟେଷ୍ଟ କରାଯିବ। ଏନେଇ ସାସ୍ଥ୍ୟ ବିଭାଗକୁ ରିପୋର୍ଟ କରିବାକୁ କୁହାଯାଇଛି ।

Share