ଅଧା ଓଡ଼ିଶାରୁ ଫେରିଗଲାଣି ମୌସୁମୀ

ଭୁବନେଶ୍ୱର,୧୨।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାପର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ୧୨ ତାରିଖ ସୁଦ୍ଧା ଓଡ଼ିଶାର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହୃତ ହୋଇଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

 

Share