ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ସ୍ଥାନୀୟ ଟାଉନ ଥାନା ପୋଲିସ ଉଦ୍ଧାର କରିଛି । ମୃତ ଯୁବତୀଙ୍କ ନାମ ମନୀଷା ଗୌଡ (୨୩)ଓ ସେ ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଜନକପୁର ଗ୍ରାମର ବୋଲି ଜଣାପଡିଛି ।ମୃତଦେହକୁ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଥିଲ। ସେଠାରେ ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିଲା। ମିଳିଥିବା ସୂଚନା ଅନୁଯାୟୀ,ମୃତ ଯୁବତୀ ଜଣକ ସ୍ଥାନୀୟ ଏକ ବାଇକ ଶୋ ରୁମରେ କାମ କରୁଥିବାବେଳେ ନିଜ ଭାଣିଜୀ ସହ ବାହାଦୁର ବଗିଚା ପଡ଼ାର ଏକ ଭଡା ଘରେ ରହୁଥିଲେ। ଶୁକ୍ରବାର ସକାଳୁ ଭାଣିଜୀଙ୍କୁ ଟିଉସନ ପଠାଇ ଘରେ ଏକାକୀ ରହିଥିଲେ।ପରେ ଭାଣିଜୀ ୯ ଟାରେ ଟିଉସନ ସାରି ଘରକୁ ଫେରିବା ବେଳକୁ ବେକରେ ଓଢ଼ଣୀ ଲଗାଇ ମନୀଷା ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ। ତେବେ ଏହା ହତ୍ୟା ନା ଆତ୍ମ ହତ୍ୟା ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡି ନ ଥିବା ବେଳେ ଅନ୍ୟପଟେ
ଏହି ଘଟଣାକୁ ନେଇଁ ମୃତ ଯୁବତୀଙ୍କ ଭାଇ ତାଙ୍କ ଭଉଣୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରି ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ସେହିପରି ପ୍ରେମ ଜନିତ କାରଣରୁ ଯୁବତୀ ଜଣକ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି ପୋଲିସ ଅନୁମାନ କରିଛି। ଯାହାକୁ ସନ୍ଧେହ କରି ଜଣେ ଯୁବକଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚୁରା କରୁଛି। ଏ ନେଇଁ ଭବାନୀପାଟଣା ଟାଉନ ଥାନାରେ ଏକ ମାମଲା ନଂ
(୪୨୫/୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri