ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ୱର,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ, ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ
ଆକର୍ଷଣୀୟ ବାଲୁକା କଳା ଦେଖିବାକୁ ମିଳିଛି। ଏହି ଆକର୍ଷଣୀୟ କଳାକୃତିରେ ସେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନ୍ୟାସନାଲ ଗ୍ୟାଲେରି ଅଫ ମର୍ଡନ ଆର୍ଟରେ ଏହି ବାଲୁକା କଳା କରାଯାଇଛି । ଅଢ଼େଇ ହଜାର ଦ୍ବୀପରେ ତିଆରି ହୋଇଛି ବାଲୁକା କଳା ।

ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି।
ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ନିରୋଗୀ, ସୁସ୍ଥ ରୁହନ୍ତୁ ମୋଦିଥିଲେ ସବୁ ସମ୍ଭବ ବୋଲି ସେ କହିଛନ୍ତି।ବିମାନ ବନ୍ଦରେରୁ ସେ ସିଧା ଗାଡ଼କଣ ବସ୍ତିକୁ ଯିବେ ସେଠାରେ ପିଏମ୍‌ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହାପରେ ଜନତା ମଇଦାନ ଆସିବେ।

ଅନ୍ୟପକ୍ଷେ ମୋଦିଙ୍କୁ କ୍ଷିରୀ ଖାଇବାକୁ ଦେବେ ମହିଳା। ଗାଡ଼କଣ ଗାଁକୁ ଯିବା ଅବସରରେ ତାଙ୍କୁ ଏହି କ୍ଷିରୀ ଖାଇବାକୁ ଦିଆଯିବ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଏନେଇ ପ୍ରସ୍ତୁତି ହୋଇଛି। ତାଙ୍କ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଛନ୍ତି।
ତେବେ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ୧୧ଟା ୫୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରାୟ ୧ ଘଣ୍ଟା ରହି ଅପରାହ୍ନ ୧ଟା ୨୦ ମିନଟରେ ନୂଆଦିଲ୍ଲୀଫେରିଯିବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି।

Share