ବର୍ଷକରେ ୨୭ ପ୍ରତିଶତ ମହଙ୍ଗା ହେଲାଣି ହରଡ଼ ଡାଲି…

ନୂଆଦିଲ୍ଲୀ,୨୯।୮ : ସରକାରଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ଡାଲିର ମୂଲ୍ୟ ହ୍ରାସ ହେବାର ନାମ ନେଉନାହିଁ। ବିଶେଷକରି ହରଡ଼ ଡାଲିର ମୂଲ୍ୟରେ ଅଧିକ ବୃଦ୍ଧି ଦେଖିବାକୁ ମିଳିଛି। ଗତ ଏକ ବର୍ଷ ମଧ୍ୟରେ ହରଡ଼ ଡାଲି ୨୭ ପ୍ରତିଶତ ମହଙ୍ଗା ହୋଇଛି। ଏହା ସହିତ ମସୁର ଡାଲିର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି । ଚଳିତ ବର୍ଷ ମୌସୁମୀରେ କମ ବର୍ଷା ଯୋଗୁ ଆସନ୍ତା ଦିନରେ ଡାଲିର ମୂଲ୍ୟରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି।

ଦେଶରେ ଖୁଚୁରା ମୂଲ୍ୟ ଉପରେ ନଜର ରଖୁଥିବା ଗ୍ରାହକ ବ୍ୟାପାର ବିଭାଗର ମୂଲ୍ୟ ମନିଟରିଂ ଡିଭିଜନର ତଥ୍ୟ ଅନୁଯାୟୀ, ୨୯ ଅଗଷ୍ଟ ୨୦୨୨ ରେ କିଲୋଗ୍ରାମ ପିଛା ହାରାହାରି ମୂଲ୍ୟ ୧୧୦.୬୬ ଟଙ୍କାରେ ଉପଲବ୍ଧ ଥିବା ହରଡ଼ ଡାଲି ଗୋଟିଏ ବର୍ଷରେ କେଜି ପିଛା ୧୪୦.୩୪ ଟଙ୍କାକୁ ବୃଦ୍ଧି ହୋଇଛି। ଅର୍ଥାତ ଗୋଟିଏ ବର୍ଷ ମଧ୍ୟରେ ଏହାର ମୂଲ୍ୟ ୨୭ ପ୍ରତିଶତ ବୃଦ୍ଧି ପାଇଛି।

ଖାଦ୍ୟ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୯ ଅଗଷ୍ଟ ୨୦୨୨ ରେ ଏକ ବର୍ଷ ପୂର୍ବରୁ ମୁଗ ଡାଲିର ହାରାହାରି ମୂଲ୍ୟ ୧୦୨.୩୫ ଟଙ୍କା ଥିଲା, ଯାହା ବର୍ତ୍ତମାନ ୧୧୧.୧୯ ଟଙ୍କାକୁ ବୃଦ୍ଧି ପାଇଛି। ଅର୍ଥାତ ମୁଗ ଡାଲି ଗୋଟିଏ ବର୍ଷରେ ୮.୧୫ ପ୍ରତିଶତ ମହଙ୍ଗା ହୋଇଛି। ଏକ ବର୍ଷ ପୂର୍ବେ ୧୦୮.୨୫ ଟଙ୍କାରେ ଉପଲବ୍ଧ ଥିବା ବିରି ଡାଲି ବର୍ତ୍ତମାନ କିଲୋଗ୍ରାମ ପିଛା ୧୧୫.୦୨ ଟଙ୍କା ମୂଲ୍ୟରେ ଉପଲବ୍ଧ ହେଉଛି। ଏହା ୬.୨୫ ପ୍ରତିଶତ ଅଧିକ ହୋଇଛି। ଏକ ବର୍ଷ ପୂର୍ବେ ମସୁର ଡାଲତର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ୯୨.୦୯ ଟଙ୍କା ଥିଲା, ଯାହା ବର୍ତ୍ତମାନ କିଲୋଗ୍ରାମ ପିଛା ୯୭.୧୬ ଟଙ୍କାକୁ ବୃଦ୍ଧି ପାଇଛି। ଏକ ବର୍ଷ ପୂର୍ବେ ବୁଟ ଡାଲି କିଲୋଗ୍ରାମ ପିଛା ୭୪.୧୫ ଟଙ୍କା ଥିଲା, ଯାହା ବର୍ତ୍ତମାନ କିଲୋଗ୍ରାମ ପିଛା ୭୭.୯ ଟଙ୍କାରେ ପହଞ୍ଚିଛି। ଗୋଟିଏ ବର୍ଷରେ ଏହା ୫ ପ୍ରତିଶତରୁ ଅଧିକ ମହଙ୍ଗା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ।...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri