ଭାଜପାରେ ସାମିଲ ହେବେ କି ହରଭଜନ ସିଂ: ଚର୍ଚ୍ଚା ଉପରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଚଣ୍ଡିଗଡ,୧୨।୧୨: ଗୁଗଲି ବଲ୍‌ରେ ବିଶ୍ୱର ବଡ ବଡ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିବା ଭାରତୀୟ ସ୍ପିନର ହରଭଜନ ସିଂ ଭାଜପାରେ ଯୋଗଦେବା ଆଲୋଚନାକୁ ଖଣ୍ଡନ କରିଛନ୍ତି। ସୋସିଆଲ ମିଡିଆରେ ଚାଲିଥିବା ଗୁଜବକୁ ସେ ମିଥ୍ୟା ବୋଲି କହିଛନ୍ତି। ୨୦୧୭ ବିଧାନସଭା ନିର୍ବାଚନରେ ହରଭଜନ କଂଗ୍ରେସରେ ଯୋଗଦେବା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।
ଜଲନ୍ଦରରୁ ଆସିଥିବା ହରଭଜନ ସିଂ ଖୁବ ଶୀଘ୍ର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେବାକୁ ଯାଉଛନ୍ତି। ଏଭଳି ପରିସ୍ଥିତିରେ ପଞ୍ଜାବ ନିର୍ବାଚନରେ ହରଭଜନ ସିଂ ଭାଜପାର ମୁଖ ହୋଇପାରନ୍ତି ବୋଲି ସୋସିଆଲ ମିଡିଆରେ ଏହି ବାର୍ତ୍ତା ଭାଇରାଲ ହେବାରେ ଲାଗିଛି। ଏହା ପରେ କ୍ରିକେଟର ହରଭଜନ ସିଂ ନିଜେ ବାହାରକୁ ଆସି ଏହି ଗୁଜବକୁ ଖଣ୍ଡନ କରିଥିଲେ। ମୋର ଭାଜପାରେ ଯୋଗଦେବା ଆଲୋଚନା ସମ୍ପୂର୍ଣ୍ଣ ଭୁଲ ବୋଲି ହରଭଜନ ସିଂ କହିଛନ୍ତି। ସେ ଏପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳରେ ଯୋଗ ଦେଉନାହାଁନ୍ତି। ଏହି ସମୟରେ ପଞ୍ଜାବରେ ଭାଜପା ନିଜର ପୁରୁଣା ସହଯୋଗୀ ଶିରୋମଣି ଅକାଳୀ ଦଳ ବିନା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ଭାଜପା ସହ ହରଭଜନଙ୍କ ଆଲୋଚନା ମଧ୍ୟ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri