ଐତିହାସିକ ରେକର୍ଡ ହାସଲ କଲେ ହାର୍ଦ୍ଦିକ ପାଣ୍ଡ୍ୟା: ପ୍ରଥମ ଭାରତୀୟ ଭାବେ କଲେ ଚମତ୍କାର

ମୁମ୍ବାଇ,୮।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବଲ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ। IPL 2025ର ୨୦ତମ ମ୍ୟାଚ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଗୋଟିଏ ଓଭରରେ RCBର ୨ ଜଣ ବଡ଼ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ନେଇଥିଲେ। ହାର୍ଦ୍ଦିକ ପ୍ରଥମେ ନିଜର ଅର୍ଦ୍ଧଶତକ ପୂରଣ କରିଥିବା ବିରାଟ କୋହଲିଙ୍କ ଉଇକେଟ ନେଇଥିଲେ ଏବଂ ତା’ପରେ ଲିଆମ ଲିଭିଷ୍ଟୋନଙ୍କୁ ପାଭିଲିୟନ ପଠାଇ ଦେଇଥିଲେ। ଏହିପରି ହାର୍ଦ୍ଦିକ ଟି-୨୦ କ୍ରିକେଟରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ କ୍ରିକେଟରେ ୫୦୦୦ ରନ ଏବଂ ୨୦୦ ଉଇକେଟ ନେବାରେ ପ୍ରଥମ ଭାରତୀୟ ଅଲରାଉଣ୍ଡର ହୋଇଛନ୍ତି। ଏହା ପୂର୍ବରୁ କୌଣସି ଭାରତୀୟ ଏହି ଚମତ୍କାର କରିପାରି ନ ଥିଲେ। ହାର୍ଦ୍ଦିକଙ୍କ ନାମରେ ଟି-୨୦ କ୍ରିକେଟରେ ୫୩୯୦ ରନ ଅଛି। ହାର୍ଦ୍ଦିକ ଟି-୨୦ରେ ୫୦୦୦ ରନ ଏବଂ ୨୦୦ ଉଇକେଟ ପୂରଣ କରିବାରେ ବିଶ୍ୱର ୧୨ତମ ଖେଳାଳି।

 

ବିରାଟ ଏବଂ ଲିଭିଙ୍ଗଷ୍ଟୋନଙ୍କୁ ଆଉଟ କରିବା ମାତ୍ରେ ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ କ୍ରିକେଟ୍‌ରେ ତାଙ୍କର ୨୦୦ ଉଇକେଟ ପୂରଣ କରିଥିଲେ। ପାଣ୍ଡ୍ୟା ୨୯୧ତମ ଟି-୨୦ ମ୍ୟାଚ୍‌ର ୨୩୨ତମ ଇନିଂସରେ ଏହି ସଫଳତା ହାସଲ କରିଛନ୍ତି। ହାର୍ଦ୍ଦିକ ଟି-୨୦ କ୍ରିକେଟରେ ୨୦୦ ୱିକେଟ ହାସଲ କରିବାରେ ୧୭ତମ ଭାରତୀୟ ବୋଲର। ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହେଉଛନ୍ତି ୟୁଜବେନ୍ଦ୍ର ଚହଲ। ଚହଲ ୩୬୫ଟି ଉଇକେଟ ନେଇଛନ୍ତି। କେବଳ ୪ ଜଣ ବୋଲର ଟି-୨୦ରେ ୩୦୦ କିମ୍ବା ତା’ଠାରୁ ଅଧିକ ଉଇକେଟ ନେବାର ସଫଳତା ପାଇଛନ୍ତି। ଚହଲଙ୍କ ବ୍ୟତୀତ ଏଥିରେ ପୀୟୁଷ ଚାୱଲା, ଆର ଅଶ୍ୱିନ ଏବଂ ଭୁବନେଶ୍ୱର କୁମାର ଅଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ...

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ...

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ...

ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ...

SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ...

ଅସହ୍ୟ ତାତି

ଆଧୁନିକ ଯନ୍ତ୍ରପାତି, କଳକାରଖାନା ଓ ଯାନବାହନରୁ ବାହାରୁଥିବା ଅଙ୍ଗାରକାମ୍ଳ ଓ ଧୂଅଁା ବାୟୁମଣ୍ଡଳକୁ ପ୍ରଦୂଷଣ କରିବାରେ ଲାଗିଛି। ଏହାଦ୍ୱାରା ବାୟୁମଣ୍ଡଳର ତାପମାତ୍ରା ମଧ୍ୟ ବୃଦ୍ଧି ହେବାରେ...

ହିନ୍ଦୀରେ ଇଂଲିଶ୍‌ ନାମ

ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଇଂଲିଶ୍‌-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image