ବାଲାଂଦେଶ ରାଜନୀତିରେ ଏଣ୍ଟ୍ରି ମାରିଲେ ହାସିନାଙ୍କ ବଡ଼ ଶତ୍ରୁ: ଜେଲ୍‌ରୁ ମୁକୁଳି ଦେଲେ ହୁଙ୍କାର

ଡାକା,୮।୮: ବାଂଲାଦେଶରେ ଚାଲିଥିବା ହିଂସା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବାଂଲାଦେଶ ନ୍ୟାଶନାଲ ପାର୍ଟି ମୁଖ୍ୟ ଖାଲେଦା ଜିଆ ଜେଲରୁ ମୁକୁଳିବାର ଦିନକ ପରେ ତାଙ୍କ ମୁକ୍ତି ପାଇଁ ସାହାଯ୍ୟ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଖାଲେଦା କହିଛନ୍ତି, ସେମାନଙ୍କ ସଂଗ୍ରାମ ଯୋଗୁ ସେ ମୁକ୍ତ ହୋଇପାରିଛନ୍ତି। କ୍ରୋଧ କିମ୍ବା ଶତ୍ରୁତାରୁ କିଛି ମିଳିବ ନାହିଁ। ପ୍ରେମ ଓ ଶାନ୍ତିରେ ଦେଶର ପୁନଃ ନିର୍ମାଣ ସମ୍ଭବ ବୋଲି ୨୦୧୮ରୁ ଜେଲରେ ଥିବା ୭୯ ବର୍ଷୀୟା ଖାଲେଦା କହିଛନ୍ତି।
ଯେଉଁମାନେ ତାଙ୍କ ପାଇଁ ଲଢିଥିଲେ ଏବଂ ଜେଲରୁ ମୁକ୍ତ ହେବା ପାଇଁ ପ୍ରାର୍ଥନା କରିଥିଲେ ସେମାନଙ୍କ ପାଇଁ ଜିଆ କୃତଜ୍ଞତା ଜଣାଇଛନ୍ତି। ଜିଆ କହିଛନ୍ତି, ମୋତେ ବର୍ତ୍ତମାନ ମୁକ୍ତ କରାଯାଇଛି। ଅସମ୍ଭବକୁ ସମ୍ଭବ କରିବା ପାଇଁ ‘କର ବା ମର’ ଯୁଦ୍ଧ କରିଥିବା ସେହି ସାହସୀ ଲୋକଙ୍କୁ ମୁଁ ଧନ୍ୟବାଦ ଦେବାକୁ ଚାହେଁ। ଏହି ବିଜୟ ଆମକୁ ଲୁଟ, ଦୁର୍ନୀତି ଏବଂ ଭ୍ରଷ୍ଟାଚାରର ଅଳିଆ ଆବର୍ଜନାରୁ ବାହାରିବା ପାଇଁ ଏକ ନୂତନ ସମ୍ଭାବନା ଦେଇଥାଏ। ଏହି ଦେଶକୁ ସମୃଦ୍ଧ କରିବା ଆବଶ୍ୟକ।
ପୂର୍ବତନ ପ୍ରଧାନମନ୍ତ୍ରୀ କହିଛନ୍ତି, ଯୁବକମାନେ ଆମର ଭବିଷ୍ୟତ। ତାଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ଆମକୁ ଏକ ଗଣତାନ୍ତ୍ରିକ ବାଂଲାଦେଶ ଗଠନ କରିବା ଆବଶ୍ୟକ। ଆମ ଦେଶକୁ ପୁନଃ ନିର୍ମାଣ କରିବା ପାଇଁ ଆମକୁ ପ୍ରେମ ଏବଂ ଶାନ୍ତି ଦରକାର।
୨୦୧୮ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ କାର୍ଯ୍ୟକାଳ ମଧ୍ୟରେ ଜିଆଙ୍କୁ ୧୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ହାସିନା ସରକାର ବିରୋଧରେ ବ୍ୟାପକ ବିରୋଧ ପ୍ରଦର୍ଶନ ହେବାରୁ ସେ ସୋମବାର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ଅଭିମୁଖେ ଯାତ୍ରା କରିଛନ୍ତି। ବାଂଲାଦେଶ ରାଜନୀତିରେ ଜିଆ ଏବଂ ହାସିନା ଦଶନ୍ଧି ଧରି ରାଜନୈତିକ ପ୍ରତିଦ୍ୱନ୍ଦ୍ୱିତା କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ବଡ଼ ପ୍ଲାନିଂ କରି ହେଜ୍‌ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍‌ କମ୍ପାନୀ

ଜେରୁଜେଲମ୍‌,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍...

ବାଂଲାଦେଶ ହିଂସାରେ ସଂଖ୍ୟାଲଘୁଙ୍କ ମୃତ୍ୟୁକୁ ନେଇ ଆସିଲା ଚମକାଇବା ଭଳି ତଥ୍ୟ

ଢାକା,୧୯।୯: ବାଂଲାଦେଶ ହିଂସାରେ କେତେ ସଂଖ୍ୟାଲଘୁ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ କେତେଜଣ ଆହତ ହୋଇଛନ୍ତି ସେନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସମ୍ନୋକୁ ଆସିଛି। ଗୁରୁବାର...

ଇସ୍ରାଏଲ ଚିର ଶତ୍ରୁ ହିଜବୁଲ୍ଲା: ଅନେକ ମୁସଲମାନ ଦେଶକୁ ପାଣି ପିଆଇସାରିଛି, ଜାଣନ୍ତୁ ହିଜବୁଲାର ପୁରା କାହାଣୀ

ନୂଆଦିଲ୍ଲୀ,୧୯।୯: ଗାଜାରେ ଇସ୍ରାଏଲ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ବର୍ଷେ ପୂରିବାକୁ ବସିଥିବା ବେଳେ ଏହି ଯୁଦ୍ଧ ଏବେ ଇସ୍ରାଏଲ ଏବଂ ହମାସରୁ ଯାଇ ହିଜବୁଲ୍ଲା...

ଚାଞ୍ଚଲ୍ୟକର ଖୁଲାସା କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ: ୩୭୦କୁ ନେଇ ପାକିସ୍ତାନ ସହ ଅଛି ନ୍ୟାଶନାଲ କନଫରେନ୍ସ-କଂଗ୍ରେସ ମେଣ୍ଟ

ଇସଲାମାବାଦ୍‌,୧୯।୯: ଜମ୍ମୁ କଶ୍ମୀରରେ ଚାଲିଥିବା ବିଧାନସଭା ନିର୍ବାଚନ ଉପରେ ପାକିସ୍ତାନ ନଜର ରଖିଛି। ଧାରା ୩୭୦ ଏବଂ ୩୫ଏ ପୁଣି ଥରେ କଶ୍ମୀରରେ ପୁନଃକାର୍ଯ୍ୟକାରୀ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri