ରାସ୍ତା ପାର୍ଶ୍ୱରେ ବସୁଛି ହାଟ

ବଇଣ୍ଡା, ୧୬ା୫ (ପରିକ୍ଷିତ ସାହୁ)ବର୍ଷ ବର୍ଷ ହେଲା ସରକାର ରାଜସ୍ବ ଆଦାୟ କରୁଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ସାପ୍ତାହିକ ହାଟକୁ ନେଇ ରହିଥିବା ସମସ୍ୟାର ସମାଧାନ କରାଯାଉ ନାହିଁ। ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ବସୁଥିବା ଏହି ହାଟକୁ ପ୍ରତି ସପ୍ତାହରେ ଶତାଧିକ ବ୍ୟବସାୟୀ ଓ ଚାଷୀ ଆସୁଛନ୍ତି। ଖାଉଟିମାନଙ୍କ ଭିଡ଼ ଜମୁଛି। ହେଲେ ବ୍ୟବସାୟ ପାଇଁ ପିଣ୍ଡି ନିର୍ମାଣ କରାଯାଉ ନାହିଁ କି ପାନୀୟ ଜଳର କୌଣସି ସୁବିଧା ହୋଇନାହିଁ। ଫଳରେ ରାସ୍ତା ପାର୍ଶ୍ୱରେ ବିପଦସଙ୍କୁଳ ଅବସ୍ଥାରେ ଏଠାରେ କିଣାବିକା ଚାଲୁଥିବା ବେଳେ ଟ୍ରାଫିକ ସମସ୍ୟା ମଧ୍ୟ ଉପୁଜୁଛି। ଏହାକୁ ନେଇ ଖାଉଟି ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ରାସ୍ତା ପାର୍ଶ୍ୱରେ ପ୍ରତ୍ୟେକ ଶୁକ୍ରବାର ଏହି ହାଟ ବସୁଛି। ଏହା ଉପରେ ଠାକୁରଗଡ଼, କନ୍ତପଡା, ପାଇକସାହି, ଆମ୍ବସରମୁଣ୍ଡା, ମଇମୁରା, ସପଘରା, ଟାପଢୋଲ, ପେଡିପଥର, ସାନହୁଲା, କୃତ୍ତିବାସପୁର, କୁରୁମଟାପ, ସଞ୍ଜାମୁରା ଆଦି ପଞ୍ଚାୟତର ଚାଷୀ ଓ ବିଭିନ୍ନ ବ୍ଲକର ବ୍ୟବସାୟୀ ନିର୍ଭର କରୁଛନ୍ତି। ବିଶେଷକରି ଏହି ହାଟରୁ ଜିଲା ବାହାର ଅଞ୍ଚଳରୁ ବ୍ୟବସାୟୀମାନେ ଆସି ପନିପରିବା କିଣିନେଇ ଅନ୍ୟ ଜିଲାରେ ବିକ୍ରି କରୁଛନ୍ତି। ଶତାଧିକ ଚାଷୀ ହାଟକୁ ଆସୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସୁବିଧା ନାହି। ହାଟରେ ପିଣ୍ଡି ନିର୍ମାଣ ହେଉ ନ ଥିବା ଯୋଗୁ ବର୍ଷା ଦିନେ କାଦୁଅରେ କିଣାବିକା ହେଉଛି। ସେହିପରି ପାନୀୟ ଜଳ ପାଇଁ ମଧ୍ୟ କୌଣସି ବ୍ୟବସ୍ଥା ନାହିଁ। ପ୍ରତେକ ସପ୍ତାହରେ ରାଜସ୍ବ ଆଦାୟ ହେଉଥିଲେ ମଧ୍ୟ ଚାଷୀ ଓ ବ୍ୟବସାୟୀଙ୍କୁ ସୁବିଧା ଯୋଗାଇ ଦିଆଯାଉନାହିଁ। ତୁରନ୍ତ ଏ ଦିଗରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ବ୍ୟବସାୟୀ ଓ ଚାଷୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image