Categories: ଜାତୀୟ

ଦିଲ୍ଲୀ ହାଇକୋର୍ଟରୁ ଜାମିନ ଖାରଜ ପରେ ସୁପ୍ରିମକୋର୍ଟ ଯିବେ ସିସୋଡିଆ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି (ଏଏପି)ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ, ମନୀଷ ସିସୋଡିଆଙ୍କ ବିରୋଧରେ ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ଏଥି ସହିତ ବର୍ତ୍ତମାନ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଦିଲ୍ଲୀ ହାଇକୋର୍ଟର ଏହି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟକୁ ଯିବେ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ଦିଲ୍ଲୀ ହାଇକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଏଏପି ନେତା ମନୀଷ ସିସୋଡିଆ ନିମ୍ନ ଅଦାଲତର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ହେଲେ ତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।

Share