କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲରେ ମିଶ୍ରଣ ପ୍ରସଙ୍ଗ: ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦକଲେ ହାଇକୋର୍ଟ

କଟକ ଅଫିସ,୪।୫: କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଉକ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ତେବେ ପୂର୍ବରୁ ଏହି ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ।
ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ସ୍ଥାନରେ ୨୦ରୁ କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ, ୨୦୨୦ ମାର୍ଚ୍ଚ ୧୧ ତାରିଖରେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Share