Posted inଜାତୀୟ

ସେ ପପୁ ନୁହଁନ୍ତି…, ପାଖରେ ବସିଥିବା ରାହୁଲଙ୍କୁ ନେଇ କାହିଁକି ଏମିତି କହିଲେ ପିଟ୍ରୋଡା

ଟେକ୍ସାସ,୯।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ସେ ତିନି ଦିନିଆ ଗସ୍ତରେ ଆମେରିକା ଯାଇଛନ୍ତି, ଯେଉଁଠାରେ ସେ ବିଭିନ୍ନ ଫୋରମରେ ଅନେକ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି। ରାହୁଲ ରବିବାର ଡାଲାସର ଟେକ୍ସାସ ୟୁନିଭରସିଟିର ଛାତ୍ରମାନଙ୍କ ସହ କଥାବାର୍ତ୍ତା କରିଥିଲେ। ଏହି ସମୟରେ ସେ ଭାରତ ଯୋଡୋ ଯାତ୍ରା ଏବଂ ବେକାରୀ ସମସ୍ୟା ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ଏଥି ସହିତ, ଟେକ୍ସାସରେ ଇଣ୍ଡିଆନ ଡାୟସପୋରାକୁ ସମ୍ବୋଧିତ କରିବା ସମୟରେ ଇଣ୍ଡିଆନ ଓଭରସିଜ କଂଗ୍ରେସ ମୁଖ୍ୟ ସାମ ପିଟ୍ରୋଡା ରାହୁଲ ଗାନ୍ଧୀଙ୍କ ବିଷୟରେ ଏପରି କଥା କହିଥିଲେ ଯେ ସେଠାକାର ବାତାବରଣ କରତାଳି ଓ ହସଖୁସିରେ ଗୁଞ୍ଜରିତ ହୋଇଥିଲା। ସାମ ପିଟ୍ରୋଡା କହିଛନ୍ତି ଯେ ରାହୁଲ ଗାନ୍ଧୀ ପପୁ ନୁହଁନ୍ତି। ବିଶେଷ କଥା ହେଉଛି ଯେତେବେଳେ ସାମ ପିଟ୍ରୋଡା କହୁଥିଲେ ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ପାଖରେ ଥିବା ମଞ୍ଚରେ ଉପସ୍ଥିତ ଥିଲେ।
ଟେକ୍ସାସରେ ନିଜର ଅଭିଭାଷଣରେ ଇଣ୍ଡିଆନ ଓଭରସିଜ କଂଗ୍ରେସ ଅଧ୍ୟକ୍ଷ ସାମ ପିଟ୍ରୋଡା କହିଛନ୍ତି, ’… ରାହୁଲ ଗାନ୍ଧୀଙ୍କ ଏଜେଣ୍ଡା ହେଉଛି କିଛି ବଡ଼ ପ୍ରସଙ୍ଗରେ ଆଲୋଚନା କରିବା। ତାଙ୍କର ଦୃଷ୍ଟିକୋଣ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପ୍ରଚାର କରୁଥିବା ଭାଜପାଠାରୁ ସମ୍ପୂର୍ଣ୍ଣ ଭିନ୍ନ। ମୁଁ ଆପଣଙ୍କୁ କହିବି ଯେ ସେ ‘ପପୁ’ ନୁହଁନ୍ତି। ସେ ବହୁତ ଶିକ୍ଷିତ ଏବଂ ଜଣେ ରଣନୀତିଜ୍ଞ ଯିଏ କୌଣସି ବିଷୟ ଉପରେ ଗଭୀର ଭାବରେ ଚିନ୍ତା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri