ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌

କେନ୍ଦୁଝର,୧୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୩ ବର୍ଷୀୟ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିମନ୍ତେ ସୁପାରିସ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ ଫୁଲଘର ମହୁଲପଡ଼ା ଗ୍ରାମର ୨୩ ବର୍ଷୀୟ ଯାତ୍ରା ଦେହୁରୀ କେନ୍ଦୁଝର ହୁଡ୍‌କୋ କଲୋନୀରେ ରହି ଇଲେକ୍ଟ୍ରିସିଆନ ଭାବେ କାର୍ଯ୍ୟ କରି ଆସୁଥିଲେ। ଗତ ୨୦୨୨ ଡିସେମ୍ବର ୨୨ ପୂର୍ବାହ୍ନ ୧୦ଟାରେ ଘର ଲୋକ କେହି ନ ଥିବା ସୁଯୋଗରେ ପୀଡ଼ିତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଘରୁ ଅପହରଣ କରି ନେଇଥିଲେ । ପୀଡ଼ିତାଙ୍କ ମାଆ-ବାପା ଘରେ ପହଞ୍ଚିବା ପରେ ଝିଅକୁ ନ ପାଇ ତା- ୨୯.୧୨.୨୦୨୨ ରିଖରେ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଯାହା କେସ୍‌ ନଂ ୫୨୭/୨୯ରେ ରେଜେଷ୍ଟ୍ରି ହୋଇଥିଲା ଏବଂ ପୋଲିସ ତା ୧.୧.୨୦୨୩ରେ କେନ୍ଦୁଝର ବସ୍‌ଷ୍ଟାଣ୍ଡ ନିକଟରୁ ପୀଡ଼ିତାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି ପୀଡ଼ିିତାଙ୍କ ବୟାନ ନେବା ପରେ ଏହା ଏକ ବଳାତ୍କାର ମାମଲା ବୋଲି ଜଣାପଡ଼ିଥିଲା। ତେଣୁ ପୋଲିସ ଆସାମୀଙ୍କୁ ଦଫା ୩୬୩/୩୬୬/୩୭୬(୩) ଆଇପିସି ଏବଂ ୬ ପୋକ୍ସୋ ଧାରା ରୁଜୁ କରି କୋର୍ଟ ଚାଲାଣ କରିଥିଲା। ଶନିବାର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ୧୧ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଆସାମୀଙ୍କୁ ଉପରୋକ୍ତ ରାୟ ଶୁଣାଇଛନ୍ତି ବୋଲି କେସ୍‌ ପରିଚାଳନା କରୁଥିବା ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri