‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୪(ବ୍ୟୁରୋ): ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦକର ଛାଡ କରିଛନ୍ତି। ଏନେଇ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି।
ସୂଚନାଯୋଗ୍ୟ, ସହରାଞ୍ଚଳର ଦୈନନ୍ଦିନ ଜୀବନରେ ଡେଲିଭରି ବୟମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଛି। ଚଳଚ୍ଚିତ୍ରଟି ଡେଲିଭରୀ ବୟମାନଙ୍କ ଜୀବନ ଉପରେ ଆଧାରିତ।

Share