ଚିନାବାଦାମ ଖାଉଥିଲେ

ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ ଏହା ସେତେ ବେଶୀ ଗ୍ୟାସ ସମସ୍ୟା ସୃଷ୍ଟି କରେନାହିଁ। ଦ୍ୱିତୀୟତଃ ଚିନାବାଦାମକୁ ସିଝାଇ ଖାଇଲେ ଏହା କମ୍ପ୍ଲିଟ୍‌ ମିଲ୍‌ର କାମ ଦେଇଥାଏ। ଅର୍ଥାତ୍‌ ସିଝା ଚିନାବାଦାମରୁ କିଛି ଖାଇଦେଲେ କିଛି ସମୟ ପାଇଁ ଏହା ଭୋକକୁ ନିୟନ୍ତ୍ରଣ କରିଥାଏ। ତା’ଛଡ଼ା ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମରେ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ଟିକେ ଅଧିକ ରହୁଥିବାରୁ, ଏହା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବଢାଇବାରେ ସହାୟକ ହୋଇଥାଏ। ତା’ଛଡ଼ା ଶରୀରର ଓଜନ କମ୍‌ କରାଇବାରେ ବି ଏହା ବେଶ୍‌ ସହାୟକ ହୋଇଥାଏ। କୁହାଯାଏ, ଗୁଡ଼ ସହିତ ସିଝା ଚିନାବାଦାମ ଖାଇଲେ ଏହା ଆଣ୍ଠୁଗଣ୍ଠି ଦରଜ ସମସ୍ୟାରୁ କେତେକାଂଶରେ ମୁକ୍ତି ଦେଇଥାଏ। ଦୃଷ୍ଟିଶକ୍ତିକୁ ପ୍ରଖର କରିବା ଓ ହାର୍ଟ ପାଇଁ ବି ଏହାକୁ ଖାଇଲେ ଉପକାର ମିଳିଥାଏ। ଶରୀରରେ ରକ୍ତର ପରିମାଣ କମ୍‌ ଥିଲେ କିମ୍ବା ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣରେ ରଖିବାର ଥିଲେ ଅଥବା ସ୍ମରଣଶକ୍ତିକୁ ବଢାଇବାର ଥିଲେ ସିଝା ଚିନାବାଦାମ ଖାଇବା ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ

ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା...

ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଫାଇନାଲ ରିପୋର୍ଟ

ଭୁବନେଶ୍ୱର,୨୮।୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇନାଲ ରିପୋର୍ଟ ଖୁବ୍‌ଶୀଘ୍ର ଦାଖଲ ହେବ। ଏ ନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା...

Video: ମଞ୍ଚ ଉପରେ ପୋଲିସକୁ ଉପରକୁ ହାତ ଉଠାଇଲେ ମୁଖ୍ୟମନ୍ତ୍ରୀ, ଭିଡିଓ ଭାଇରାଲ

ବେଙ୍ଗାଳୁରୁ, ୨୮।୪: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏକ ଜନସଭା ମଞ୍ଚରେ ଜଣେ ପୋଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବାକୁ ଇଙ୍ଗିତ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ...

ୟୁକ୍ରେନରେ ତିନି ଦିନିଆ ଅସ୍ତ୍ରବିରତି ଘୋଷଣା କଲେ ପୁଟିନ

ନୂଆଦିଲ୍ଲୀ,୨୮।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ଏକ ଅସ୍ଥାୟୀ ଅସ୍ତ୍ରବିରତି ଘୋଷଣା କରିଛନ୍ତି।କ୍ରେମଲିନ କହିଛି ଯେ ଏହି ଅସ୍ତ୍ରବିରତି ମେ ୮ ତାରିଖ...

ଡ୍ୟାମ ଗେଟ ବନ୍ଦ: ଧାନ ଫସଲକୁ ନେଇ ଚିନ୍ତାରେ ଚାଷୀ

କେନ୍ଦୁଝର,୨୮ା୪: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ କଣ୍ତରା ପଞ୍ଚାୟତ ଦାମପୁର ଓ କାନପୁର ଗ୍ରାମର ଚାଷୀମାନେ ଖରାଟିଆ ଧାନ ଫସଲ କରିଛନ୍ତି। ତେବେ କାନପୁର...

ସାବୁନ ଫେଣର କଥା: ସାବୁନ ଯେଉଁ ରଙ୍ଗର ହେଉ ନା କାହିଁକି ଫେଣ କିନ୍ତୁ ଧଳାରଙ୍ଗ ଜାଣନ୍ତୁ କାହିଁକି ?

ଗାଧୋଇବା ସମୟରେ ହେଉ କି ଲୁଗା ସଫା ଅବା ବାସନ ମାଜିବାବେଳେ ବ୍ୟବହାର କରାଯାଉଥିବା ସାବୁନ୍‌ରୁ ଫେଣ ବାହାରୁଥିବା ଦେଖିଥିବେ। ସାବୁନ ଯେଉଁ ରଙ୍ଗର ହେଉ...

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ...

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image