
ନୂଆପଡ଼ା,୧୦ା୨ (ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅର୍ଥ ହେରଫେର ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟ ପରିଚାଳନା କମିଟି ପୂର୍ବତନ ସଭାପତି ଦିନନାଥ ସତନାମୀ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏହା ଉପରେ ତଦନ୍ତ କରିବାକୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଗତ ୨୧ ଜାନୁଆରୀରେ ନିର୍ଦ୍ଦେଶ ଦେଇଛନ୍ତି। ଆଜକୁ ୨୦ଦିନରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ଜିଲା ଶିକ୍ଷା ବିଭାଗ ଚୁପ ରହିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଏ ସଂକ୍ରାନ୍ତରେ ଜିଲା ଶିକ୍ଷା ଅଧିକାରୀ କରୁଣାକର ଭୁଏଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଜିଲାପାଳ ମଧୁସୂଦନ ଦାସଙ୍କୁ ପଚାରିବାରୁ ଏହା ଉପରେ ତଦନ୍ତ ଚାଲିଛି, ନିଶ୍ଚୟ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।