Posted inରାଜ୍ୟ

BSKY କାର୍ଡ ଗ୍ରହଣ କରିବା ପାଇଁ ହସ୍ପିଟାଲଗୁଡ଼ିକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ଅସମାପିକା ସାହୁ): ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ଆରମ୍ଭ କରିଥିଲେ। ଗତ ୪ ତାରିଖ ଓଡ଼ିଶା ବିଧାନସଭା ନିର୍ବାଚନ ଫଳାଫଳରୁ ନବୀନ ସରକାରଙ୍କ ପତ୍ତନ ଘଟୁଥିବା ଜାଣି ମଧ୍ୟାହ୍ନରୁ ହିଁ ରାଜ୍ୟର ବିଭିନ୍ନ ଘରୋଇ ଚିକିତ୍ସାଳୟ ବିଏସ୍‌କେୱାଇ ଯୋଜନାରେ ନୂଆ ରୋଗୀଙ୍କୁ ଭର୍ତ୍ତି କରୁ ନ ଥିବାବେଳେ ପୂର୍ବରୁ ଚିକିତ୍ସିତ ରୋଗୀଙ୍କୁ ଫେରାଇ ଦେଉଥିବା ଅଭିଯୋଗ ଆସିଛି।

ଏପରିକି ଡାଏଲିସିସ୍‌, କେମୋ ପାଇଁ ଯାଇଥିବା ରୋଗୀଙ୍କୁ ମଧ୍ୟ ଫେରାଇ ଦିଆଯାଉଥିବା ଶୁଣିବାକୁ ମିଳିଛି। ରାଜ୍ୟରେ ନୂଆ ସରକାର ଆସିବ। ତେଣୁ ଏହି କାର୍ଡ ଏବେ କାର୍ଯ୍ୟକାରୀ ହୋଇପାରିବ ନାହିଁ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଉଛି। ବୁଧବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ, ରାଜ୍ୟରେ ଭାଜପା ସରକାର ଶପଥ ନେବା ପରେ ଆମେ ଯାହା ପୂର୍ବରୁ କହିଥିଲୁ ତାହା କରିବୁ। ଓଡ଼ିଶାରେ ଆୟୂଷ୍ମାନ ଯୋଜନା ଲାଗୁ ହେବ।

ମନମୋହନଙ୍କ ଏହି ମନ୍ତବ୍ୟ ପରେ ବିଏସ୍‌କେୱାଇ କାର୍ଡ ଅଚଳ ପ୍ରସଙ୍ଗ ଅଧିକ ଜଟିଳ ହୋଇ ଭାଇରାଲ ହୋଇଥିଲା। ଏହାପରେ ପୁଣି ସାମଲ ସ୍ପଷ୍ଟୀକରଣ ରଖିଥିଲେ। ସେ କାଇଥିଲେ ରୋଗୀ ଓ ରୋଗର କୌଣସି ଜାତି, ଧର୍ମ ଓ ଦଳ ନାହିଁ। ସାଧାରଣ ନାଗରିକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରର ପ୍ରାଥମିକତା। ସରକାର ପରିବର୍ତ୍ତନ ଏକ ନିରନ୍ତର ପ୍ରକ୍ରିୟା। ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଞ୍ଚିତ ରଖାଯିବା ଏକ ସାମାଜିକ ଏବଂ ବୈଧାନିକ ଅପରାଧ। ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡ଼ିଶାବାସୀଙ୍କୁ ଯୋଗାଇ ଦେବା ଉଚିତ।

ଏହାରି ମଧ୍ୟରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହାକୁ ଅସ୍ବୀକାର କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ବିଏସ୍‌କେୱାଇ କାର୍ଡ ଏବେ ବି ପୂର୍ବଭଳି କାର୍ଯ୍ୟ କରୁଛି। ତାକୁ ବନ୍ଦ କରିବା ପାଇଁ କୌଣସି ନୋଟିଫିକେସନ ହୋଇନାହିଁ। କାର୍ଡଧାରୀ ରୋଗୀଙ୍କୁ ଫେରାଇ ଦିଆଯାଉଥିବା ଭଳି ଅଭିଯୋଗ ଆସିବା ପରେ ଏପରି ନ କରିବା ପାଇଁ ଆମେ ନିର୍ଦ୍ଦେଶ ଦେଇଛୁ। ଯେପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ କୌଣସି ନୋଟିସ ଯାଇନାହିଁ ସେ ପର୍ଯ୍ୟନ୍ତ ବିଏସ୍‌କେୱାଇ କାର୍ଡକୁ ଗ୍ରହଣ କରିବା ପାଇଁ ଉକ୍ତ ହସ୍ପିଟାଲଗୁଡ଼ିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri