ଆପୋଲୋରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଛାତିକୁ ରବିବାର ଗୁଳିମାଡ଼ ହୋଇଛି। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ମନ୍ତ୍ରୀଙ୍କୁ ଗୁଳିମାଡ଼ କରିଛନ୍ତି। ଏଥିରେ ଗୁରୁତର ହୋଇପଡ଼ିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତାଙ୍କୁ ଝାରସୁଗୁଡ଼ା ହସ୍ପିଟାଲକୁ ନିଆଯାଇଥିଲା। ପରେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ଭିତରେ ମନ୍ତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଆପୋଲୋ ହସ୍ପିଟାଲ ଅଣାଯାଇଛି। ଡାକ୍ତର ଦେବାଶିଷ ନାୟକଙ୍କ ନେତୃତ୍ୱରେ ଏକ ୫ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲରେ ଉପସ୍ଥିତ ରହି ତଦାରଖ କରୁଛନ୍ତି।

Share